Posted inଜାତୀୟ

ବିଧାୟକ ଭାବେ ନିର୍ବାଚନ ଜିତିଥିଲେ ବି ଶପଥ ନେଇପାରୁନାହାନ୍ତି

କୋଲକାତା,୧।୫: ଭାଜପାରୁ ଇସ୍ତଫା ଦେଇ ତୃଣମୂଳ କଂଗ୍ରେସରେ ସାମିଲ ହୋଇଥିବା ଗାୟକ ବାବୁଲ ସୁପ୍ରିଓ ବାଲିଗଞ୍ଜ ସିଟ୍‌ରୁ ବିଧାୟକ ଭାବେ ନିଯୁକ୍ତ ହୋଇଛନ୍ତି। ଉପନିର୍ବାଚନ ଫଳାଫଳ ଘୋଷଣା ହେବାର ୨ ସପ୍ତାହ ବିତି ଯାଇଥିଲେ ହେଁ ଶପଥ ନେଇ ପାରୁନାହାନ୍ତି ସେ। ଏହାକୁ ନେଇ ବିବାଦ ଲାଗି ରହିଛି।

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ବାବୁଲଙ୍କୁ ଶପଥ ପାଠ କରାଇବା ପାଇଁ ପଶ୍ଚିମବଙ୍ଗ ବିଧାନସଭା ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କୁ ଅଧିକାର ପ୍ରଦାନ କରିଥିଲେ। ହେଲେ ଉପବାଚସ୍ପତି ବାବୁଲଙ୍କୁ ଶପଥ ପାଠ କରାଇବା ପାଇଁ ମନା କରିଦେଇଛନ୍ତି। ଆଶିଷ କହିଛନ୍ତି, ‘ପଶ୍ଚିମବଙ୍ଗ ବିଧାନସଭାର ବାଚସ୍ପତି ଉପସ୍ଥିତ ଥିବାବେଳେ ମୁଁ ଯଦି ବାବୁଲଙ୍କୁ ଡେପୁଟି ସ୍ପିକର ଭାବରେ ଶପଥ ପାଠ କରାଇବି, ତେବେ ଏହା ତାଙ୍କ ପାଇଁ ଅପମାନ ହେବ। ଶପଥ ଗ୍ରହଣ କରିବାରେ ମୋର ଅକ୍ଷମତା ପ୍ରକାଶ କରି ମୁଁ ରାଜ୍ୟପାଳଙ୍କୁ ଏକ ଚିଠି ପଠାଇବି। ବାଚସ୍ପତି ଥାଉ ଥାଉ ମୋର ତାଙ୍କୁ ଶପଥ ପାଠ କରାଇବାର କିଛି ଆବଶ୍ୟକତା ନାହିଁ।’

ବାବୁଲଙ୍କୁ ପୂର୍ବରୁ ଶପଥ ଦେବା ପାଇଁ ରାଜ୍ୟପାଳଙ୍କ ପାଖକୁ ଫାଇଲ ଯାଇଥିଲା। ହେଲେ ରାଜ୍ୟପାଳ ଜଗଦୀପ ଧନଖଡ ଫାଇଲ୍କୁ ଫେରାଇ ଦେଇଥିଲେ। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri