ବାବୁଲିଙ୍କୁ ହତ୍ୟା ଉଦ୍ୟମ ଘଟଣା: ୫ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୭।୭: ଧର୍ମ ଜାଗରଣ ସେନା ଆବାହକ ତଥା କେନ୍ଦ୍ରାପଡ଼ା ସହର ତିନିମୁହାଣି ବଜାର କମିଟି ସଭାପତି ବାବୁଲି ଓରଫ ବିବେକାନନ୍ଦ ମହାରଣାଙ୍କୁ ହତ୍ୟା ଉଦ୍ୟମ ମାମଲାରେ କେନ୍ଦ୍ରାପଡ଼ା ପୋଲିସ ମଙ୍ଗଳବାର ୫ ଜଣଙ୍କୁ ଗିରଫ କରିଛି। ଏ ସମ୍ପର୍କରେ ଏସ୍‌ପି ସମ୍ବିତ ସମ୍ପଦ ସଦର ଥାନାରେ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଯେ, ଏହି ମାମଲାରେ ତଦନ୍ତ ପ୍ରକ୍ରିୟା ଜାରି ରହିଥିବାରୁ ଏହି ୫ ଅଭିଯୁକ୍ତଙ୍କ ନାମ ସର୍ବସମ୍ମୁଖକୁ ଅଣାଯାଉନାହିଁ। ତେବେ ଅଭିଯୁକ୍ତଙ୍କଠାରୁ ୧ ରିଭଲଭର, ୧ ମାରୁତି ସୁଜୁକି କାର, ୧ ବୋଲେରୋ, ୨ ବାଇକ, ୭ ମୋବାଇଲ ଜବତ ହୋଇଛି।
ସେହିପରି କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ଅସୁରେଶ୍ୱରର ଏକ ହସ୍ପିଟାଲକୁ ସିଲ୍‌ କରାଯାଇଛି। ଏଥିସହ ସେ କହିଛନ୍ତି ଯେ, ଗତ ୧୪ ତାରିଖ ମଧ୍ୟାହ୍ନରେ ବାବୁଲି ରାମନଗରପାଟଣାଠାରେ ଥିବା ତାଙ୍କ ବ୍ୟବସାୟ ପ୍ରତିଷ୍ଠାନରେ ଥିଲେ। ଦୁଇଜଣ ବ୍ୟକ୍ତି ସେଠାକୁ ଆସି ବାବୁଲିଙ୍କୁ ଦେଖା କରିବାକୁ କହି ସୁରକ୍ଷା ଦାୟିତ୍ୱରେ ଥିବା କନଷ୍ଟେବଳ ମାନସ ମହାନ୍ତିଙ୍କୁ ବନ୍ଧୁକ ଦେଖାଇ ଧମକ ଦେଇଥିଲେ। ଏହି ସମୟରେ କନଷ୍ଟେବଳ ମହାନ୍ତି ଗୋଟିଏ ରାଉଣ୍ଡ ଫାୟାର କରିବାରୁ ଦୁର୍ବୃତ୍ତମାନେ ଫେରାର ହୋଇଥିଲେ। ଏନେଇ କନଷ୍ଟେବଳ ମହାନ୍ତିଙ୍କୁ ଅଭିଯୋଗ ଅନୁଯାୟୀ ସଦର ଥାନାରେ ୩୯୫/୨୧ରେ ମାମଲା ହୋଇଛି। ଏହି ମାମଲାରେ ବହୁ ଦୁବୃର୍ର୍ତ୍ତ ସହଯୋଗ କରୁଥିବା ସୂଚନା ମିଳୁଛି। ତେବେ ମୁଖ୍ୟ ଅଭିଯୁକ୍ତଙ୍କୁ ଅଦ୍ୟାବଧି ଧରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri