Posted inଖେଳ

ବାବର, ହିଲି ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ

ଦୁବାଇ, ୧୧।୫(ପି.ଟି.):ପାକିସ୍ତାନ ଅଧିନାୟକ ବାବର ଆଜମ ଏବଂ ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ଉଇକେଟ କିପର ଆଲିସା ହିଲି ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ବିବେଚିତ ହୋଇଛନ୍ତି। ଏପ୍ରିଲରେ ଚମତ୍କାର ପ୍ରଦର୍ଶନ ପାଇଁ ସେ ଏହି ସୌଭାଗ୍ୟ ପାଇଛନ୍ତି। ନିକଟରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜର ସମସ୍ତ ଫର୍ମାଟରେ ସ୍ଥିର ଏବଂ ଆକର୍ଷଣୀୟ ପ୍ରଦର୍ଶନ ପାଇଁ ବାବର ପ୍ରଶଂସକ ଏବଂ ଆଇସିସି ଭୋଟିଂ ଏକାଡେମୀର ପ୍ରଥମ ପସନ୍ଦ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଦିନିକିଆରେ ମ୍ୟାଚ ବିଜୟୀ ୯୪(୮୨ ବଲ) ଇନିଂସ ଯୋଗୁ ସେ ୧୩ ରେଟିଂ ପଏଣ୍ଟ ଲାଭ କରିଥିଲେ। ଫଳରେ ତାଙ୍କ ପଏଣ୍ଟ କ୍ୟାରିୟର ଶ୍ରେଷ୍ଠ ୮୬୫ରେ ପହଞ୍ଚତ୍ ଯାଇଥିଲା। ଏହା ବ୍ୟତୀତ ସମାନ ପ୍ରତିଦ୍ୱନ୍ଦ୍ୱୀ ଦଳ ବିପକ୍ଷରେ ଟି୨୦ ସିରିଜର ତୃତୀୟ ମ୍ୟାଚରେ ପାକିସ୍ତାନର ରନ୍‌ ଚେଜ୍‌ ସମୟରେ ସେ ୫୯ ବଲ୍‌ରୁ ୧୨୨ ରନ ସଂଗ୍ରହ କରିଥିଲେ। ”ସୀମିତ ଓଭର କ୍ରିକେଟରେ ଏବେ ଦୁଇ ଉପାୟରେ ବ୍ୟାଟ୍ସମ୍ୟାନ ପ୍ରସିଦ୍ଧି ଅର୍ଜନ କରୁଛନ୍ତି। ଗୋଟିଏ ହେଲା ବିସ୍ଫୋରକ, ଆକ୍ରମଣାତ୍ମକ ଏବଂ ଶକ୍ତିଶାଳୀ ପ୍ରହାର ମାଧ୍ୟମରେ। ଅନ୍ୟଟି ହେଲା ବାବର ଆଜମଙ୍କ ପଥ। ଏହା ହେଲା ତାଳମେଳ ରକ୍ଷା କରି ପଞ୍ଚ୍‌, କୌଶଳ ଏବଂ ସାହସିକ ବ୍ୟାଟିଂ। ପ୍ରଦର୍ଶନ ମାଧ୍ୟମରେ ସେ ଏହି ପୁରସ୍କାର ପାଇବାର ହକ୍‌ଦାର ହୋଇ ଯାଇଥିଲେ ବୋଲି ଆଇସିସି ଭୋଟିଂ ଏକାଡେମୀ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ରମିଜ ରାଜା ପ୍ରକାଶ କରିଛନ୍ତି।
ନିକଟରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ସମସ୍ତ ପ୍ରକାର ବୋଲିଂ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ କରି ସଦର୍ନ ଷ୍ଟାର ହିଲି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ଟି ଦିନିକିଆ ଖେଳି ୫୧.୬୬ ଆଭରେଜ ଏବଂ ୯୮.୭୨ ଆଭରେଜରେ ୧୫୫ ରନ କରିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆର ସିରିଜ ବିଜୟରେ ସେ ଅଗ୍ରଣୀ ସ୍କୋରର ଥିଲେ। ତାଙ୍କ ପ୍ରଦର୍ଶନ ମାଧ୍ୟମରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ରେକର୍ଡ ୨୪ତମ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri