ହାଇକୋର୍ଟ ଗଲେ ବାବୁସାନ୍‌

କଟକ ଅଫିସ,୨୭ା୭: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍‌, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି ବାବୁସାନ୍‌ଙ୍କ ନାଁରେ ଦଫା ୪୯୮(କ) ଏବଂ ୫୦୬ରେ ମାମଲା ଦାୟର କରିଥିଲେ। ତେବେ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବାବୁସାନ୍‌।

ବାବୁସାନ୍‌ଙ୍କ ସ୍ତ୍ରୀ ତୃପ୍ତି ସ୍ବାମୀଙ୍କ ବିରୋଧରେ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ ପୋଲିସ ଦଫା ୪୯୮(କ) ଓ ୫୦୬ରେ ମାମଲା ରୁଜୁ କରି ହାଜର ହେବା ପାଇଁ ନୋଟିସ କରିଥିଲା। ଦୁଇଦିନ ହେଲା ବାବୁସାନ୍‌ ହାଜର ହେଉ ନ ଥିଲେ। ଆଜି ସେ ଭୁବନେଶ୍ୱରରେ ପହଞ୍ଚିଥିଲେ ମଧ୍ୟ ହାଜର ନ ହୋଇ ଆଗୁଆ ଜାମିନ ପାଇଁ ସିଧା ହାଇକୋର୍ଟ ଯାଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୩ ତାରିଖରେ ରାଜଧାନୀ ରାଜରାସ୍ତାରେ ହାଇଡ୍ରାମା ଦେଖିବାକୁ ମିଳିଥିଲା। ପ୍ରକୃତି ଓ ବାବୁସାନ୍‌ ଏକ କାର୍‌ରେ ଥିବା ବେଳେ ସେଠାରେ ବାବୁସାନ୍‌ଙ୍କ ସ୍ତ୍ରୀ ତୃପ୍ତି ଉଭୟଙ୍କୁ ଟଣାଓଟରା କରିଥିଲେ। ପ୍ରକୃତିଙ୍କୁ ଗୋଡ଼ାଇ ଗୋଡ଼ାଇ ତୃପ୍ତି ଚୁଟି ଧରି ମାରିଥିଲେ। ଏହାପରେ ପ୍ରକୃତି ଓ ବାବୁସାନ୍‌ ଚେନ୍ନାଇ ଚାଲି ଯାଇଥିଲେ। ପ୍ରକୃତି ତାଙ୍କ ପରିବାର ସହ ମଙ୍ଗଳବାର ଭୁବନେଶ୍ୱର ଫେରିଥିବା ବେଳେ ଆଜି ବାବୁସାନ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri