ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’ ଜୟନ୍ତୀ ମଲ୍ଲିକ। ଛୁଆକୁ ଫେରି ପାଇବି ବୋଲି ଆଶା କରି ନ ଥିଲି। ପ୍ରଭୁ ଶ୍ରୀରାମଙ୍କ ଦୟାରୁ ଛୁଆକୁ ଫେରି ପାଇଲି ବୋଲି ମା’ ଜୟନ୍ତୀ କହିଛନ୍ତି। ଏପରିକି ସେ ପୋଲିସ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ପରତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପକ୍ଷେ ଦୀର୍ଘ ୫୦ ଘଣ୍ଟାର ଅପେକ୍ଷା ପରେ ମା’ କୋଳକୁ ଫେରିଛି ଅପହୃତ କୁନି ପୁଅ।

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ କାଳ ବିଳମ୍ବ କରା ନ ଯାଇ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀଙ୍କୁ ଅବଗତ କରାଯାଇଥିଲା। ଏଥି ସହିତ ତ୍ୱରିତ ପଦକ୍ଷେପ ନେବାପାଇଁ ପରାମର୍ଶ ଦିଆଯାଇଥିଲା ଏବଂ ଘଟଣାର ନିୟମିତ ମନିଟରିଂ କରାଯାଉଥିଲା।

ଶେଷରେ ପୋଲିସ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କରିଥିଲା। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍‌ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି କି ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି ହୋଇଥିବା ସୂଚନା ମିଳିଛି। ଖାସ୍‌ କରି କିଡନୀ ପାଇଁ ପିଲା ଚୋରି କରିଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସହ ଅପହରଣ କରିଥିବା ଯୁବକଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri