ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’ ଜୟନ୍ତୀ ମଲ୍ଲିକ। ଛୁଆକୁ ଫେରି ପାଇବି ବୋଲି ଆଶା କରି ନ ଥିଲି। ପ୍ରଭୁ ଶ୍ରୀରାମଙ୍କ ଦୟାରୁ ଛୁଆକୁ ଫେରି ପାଇଲି ବୋଲି ମା’ ଜୟନ୍ତୀ କହିଛନ୍ତି। ଏପରିକି ସେ ପୋଲିସ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ପରତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପକ୍ଷେ ଦୀର୍ଘ ୫୦ ଘଣ୍ଟାର ଅପେକ୍ଷା ପରେ ମା’ କୋଳକୁ ଫେରିଛି ଅପହୃତ କୁନି ପୁଅ।

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ କାଳ ବିଳମ୍ବ କରା ନ ଯାଇ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀଙ୍କୁ ଅବଗତ କରାଯାଇଥିଲା। ଏଥି ସହିତ ତ୍ୱରିତ ପଦକ୍ଷେପ ନେବାପାଇଁ ପରାମର୍ଶ ଦିଆଯାଇଥିଲା ଏବଂ ଘଟଣାର ନିୟମିତ ମନିଟରିଂ କରାଯାଉଥିଲା।

ଶେଷରେ ପୋଲିସ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କରିଥିଲା। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍‌ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି କି ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି ହୋଇଥିବା ସୂଚନା ମିଳିଛି। ଖାସ୍‌ କରି କିଡନୀ ପାଇଁ ପିଲା ଚୋରି କରିଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସହ ଅପହରଣ କରିଥିବା ଯୁବକଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri