୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ ଶୁକ୍ରବାର ଭାଇଜାଗରୁ ଉଦ୍ଧାର ପରେ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ ପାରାଦୀପ ଆଣିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଘଟଣା ପ୍ରଘଟ ପରଠାରୁ ନବଜାତକଙ୍କ ମା’ ଗାଏବ ଅଛନ୍ତି। ବର୍ତ୍ତମାନ ନବଜାତ କେଉଁଠି, କାହା ପାଖରେ ରହିବ ସେନେଇ ସିଡବ୍ଲୁସି ନିଷ୍ପତ୍ତି ନେବ ବୋଲି ଜଣାପଡିଛି।

ସୂଚନା ଯୋଗ୍ୟ, ଜୁନ ୨୯ (ଶନିବାର) ରାତିରେ ବିଜୁ ମେମୋରିଆଲ ହସ୍ପିଟାଲରେ ଶିଶୁପୁତ୍ର ଜନ୍ମ ହୋଇଥିଲା। ପରେ ମା’ ଓ ନବଜାତକ ପୁତ୍ର ନୂଆବଜାର ନୋଳିଆସାହି ବସ୍ତିରେ ଜଣେ ବ୍ୟକ୍ତିଙ୍କ ଘରେ ଆସି ରହିଥିଲେ। ସେଠାରେ ମହିଳା ଜଣକ ୬ ମାସ ହେଲା ରହିଆସୁଥିବା ବେଳେ ତାଙ୍କର ସମସ୍ତ ଖର୍ଚ୍ଚ ଆଶ୍ରୟ ଦେଇଥିବା ବ୍ୟକ୍ତି ଜଣକ ବହନ କରିଆସୁଥିଲେ। ଉକ୍ତ ବ୍ୟକ୍ତି ଜଣକ ଘରେ ନ ଥିବାବେଳେ ଶିଶୁପତ୍ରଙ୍କ ମା’ ସୋମବାର ଅନ୍ୟଜଣଙ୍କୁ ବିକ୍ରି କରିଦେଇଥିବା ଜଣାପଡ଼ିଛି। ତେବେ ଆଶ୍ରୟ ଦେଇଥିବା ବ୍ୟକ୍ତି ଜଣକ ଘରକୁ ଫେରିବା ପରେ ଶିଶୁବିକ୍ରି ଘଟଣା ପ୍ରଘଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri