Odisha Elections 2024
Posted inଫୁରସତ

ପ୍ରଥମଥର ସେଲୁନରେ କେଶ କାଟୁଥିଲେ କୁନିପୁଅ, ଏମିତି ପ୍ରତିକ୍ରିୟା ଦେଲେ ଯେ, ଭିଡିଓ ଦେଖିଲେ ହସିହସି ଗଡ଼ିବେ…

ଛୋଟ ପିଲାମାନଙ୍କର କେଶ କାଟିବା ସେଲୁନବାଲାଙ୍କ ପାଇଁ ଏକ ଚ୍ୟାଲେଞ୍ଜିଂ କାର୍ଯ୍ୟ ହୋଇଥାଏ। ଏହାର କାରଣ ହେଉଛି ପିଲାମାନେ ପ୍ରାୟତଃ ମୁଣ୍ଡ ଏପଟ ସେପଟ କରନ୍ତି। ଫଳରେ କଇଁଚିରେ କଟିଯିବାର ଭୟ ରହିଥାଏ। ଆଉ ବେଳେବେଳେ ପିଲାମାନଙ୍କୁ କେଶ କାଟିବା ସମୟରେ କୁତୁକୁତୁ ବି ଲାଗିଥାଏ। ଫଳରେ ସେମାନେ ହସିହସି ଗଡ଼ନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ପିଲାଟି କେଶ କାଟିବା ସମୟରେ ଏତେ ହସୁଛି ଯେ, ତା’ର ହସ ଦେଖିଲେ ଆପଣ ବି ହସିିହସି ଗଡ଼ିବେ।

@ Sadie2901 ନାମକ ଏକ ‘ଏକ୍ସ’ ପେଜ୍‌ରେ ଭିଡିଓଟି ପୋଷ୍ଟ କରାଯାଇଛି, ଯେଉଁଥିରେ ଜଣେ ପିଲା ଏକ ସେଲୁନରେ ବସି କେଶ କାଟିବାରେ ଲାଗିଛି। ସେ ବହୁତ ହସୁଛି, ଯେଉଁ କାରଣରୁ ବାରିକ ଜଣକ ମଧ୍ୟ ହସୁଛନ୍ତି। ଶିଶୁର ହସ ଏବଂ ସ୍ବର ଏତେ ସୁନ୍ଦର ଦେଖାଯାଉଛି ଯେ, ଆପଣ ମଧ୍ୟ ଏହି ଭିଡିଓ ଦେଖିବା ପରେ ନିଜ ହସ ଅଟକାଇ ପାରିବେ ନାହିଁ।

ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧୭ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। କିଛି ଲୋକ ମନ୍ତବ୍ୟ ଜରିଆରେ ନିଜର ମତାମତ ଦେଇଛନ୍ତି। ଜଣେ କହିଛନ୍ତି, ଏତେ ହସ ଦେଖିବା ପରେ ପିଲାଟି କାହିଁକି ହସୁଛି, ତାହା ଜାଣିବା ଭଳି ଲାଗିଲା। ଜଣେ କହିଛନ୍ତି, ପିଲାଟି ଖୁବ୍‌ ସୁନ୍ଦର, ଆଉ ତାଙ୍କ ହସ ମଧ୍ୟ ତା’ଠୁ ଅଧିକ ସୁନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’

ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍‌ ପାରଙ୍ଗମ। ଯାହା ତାଙ୍କୁ...

ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…

ମା’;  ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri