୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ

ବେତନଟୀ,୨୮ା୧୦(ସ୍ବ.ପ୍ର.):  ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ ସୁରକ୍ଷା ଦେବା ପାଇଁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି।

ସୂଚନା ମୁତାବକ ୧୦ଦିନ ପୂର୍ବରୁ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ୧୦୦ରୁ ଅଧିକ ହାତୀ ଓଡ଼ିଶା ଭିତରକୁ ପ୍ରବେଶ କରି ଚାରିଆଡ଼େ ଖେଳି ଯାଇଥିଲେ। ହେଲେ ସେହି ଭିତରୁ ସପ୍ତାହ ଧରି ଏକ ୬୨ ଟିକିଆ ହାତୀପଲ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ନଡ଼ପୁର ଜଙ୍ଗଲ ଓ କ୍ଷୀରପଦା ଜଙ୍ଗଲରେ ରହି ବ୍ୟାପକ ଉପଦ୍ରବ କରୁଛନ୍ତି।

ଆଜି ପୁଣି ୭ ଦିନର ବ୍ୟବଧାନ ପରେ ହାତୀପଲରେ ଜଣେ ନୂଆ ସଦସ୍ୟ ଆସିଛି । ଗୁରୁବାର ରାତିରେ କ୍ଷୀରପଦା ଜଙ୍ଗଲ ଭିତରେ ଏକ ଗାଉଁଲି ରାସ୍ତା ପାର୍ଶ୍ୱରେ ହାତୀ ଛୁଆ ଜନ୍ମ କରିଛି । ମା’ ଓ ଛୁଆ ହାତୀ ସୁରକ୍ଷା ଦେବାକୁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି । ପୁଣି ଶାବକ ହାତୀ ସମ୍ପୂର୍ଣ୍ଣ ଭାବେ ନ ଚାଲିବା ପର୍ଯ୍ୟନ୍ତ ହାତୀପଲ ଉକ୍ତ ଜଙ୍ଗଲ ଛାଡ଼ି ଯିବାର ସମ୍ଭାବନା ମଧ୍ୟ ନାହିଁ। ହାତୀପଲ ଉପରେ ବନ ବିଭାଗ ତୀକ୍ଷ୍ଣ ନଜର ରଖିଛି। ହାତୀପଲରେ ଛୁଆ ହାତୀ ଥିବାରୁ ସେମାନେ ଆକ୍ରମଣାତ୍ମକ ଢଙ୍ଗରେ ଅଛନ୍ତି। ଲୋକଙ୍କୁ ହାତୀପଲ ନିକଟକୁ ନ ଯିବାପାଇଁ ପରାମର୍ଶ ଦିଆଯାଇଛି। କ୍ଷୀରପଦା ଅଞ୍ଚଳରେ ହାତୀପଲକୁ ନେଇ ଏକ ପ୍ରକାର ଭୟର ବାତାବରଣ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri