ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି ଏକ ହାତୀଛୁଆର ମୃତ୍ୟୁ ହୋଇଛି। ହାତୀର ମୃତ୍ୟୁ ୪ ରୁ ୫ ଦିନ ତଳେ ହୋଇଥିବା କୁହାଯାଉଛି। ମୃତଦେହ ପଚି ସଢ଼ି  ଦୁର୍ଗନ୍ଧ ହେଉଛି।  ହାତୀ ଛୁଆର ବୟସ ପାଖାପାଖି ୪ ବର୍ଷ ହୋଇଥିବା ଅନୁମାନ କରା ଯାଉଛି l ଘଟଣା ସ୍ଥଳରେ ରଣପୁର ରେଞ୍ଜର ଓ କର୍ମଚାରୀ ପହଞ୍ଚି ହାତୀର ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।

ପ୍ରାପ୍ତ ସୂଚନା ଅନୁସାରେ,  ହାତୀ ପଲ ଜଙ୍ଗଲରେ ଯାଉଥିବା ବେଳେ ଛୁଆ ହାତୀଟି କୂଅରେ ଖସି ପଡ଼ିଥିବା  ସନ୍ଦେହ କରାଯାଉଛି। ଗତ ୫ ଦିନ ତଳେ ୧୮ ଟିକିଆ ହାତୀ ପଲ ସ୍ଥାନୀୟ ଅଂଚଳରେ ଆତଙ୍କ ସୃଷ୍ଟି କରି ବ୍ୟାପକ କ୍ଷୟକ୍ଷତି କରିଥିଲେ। ବନ ବିଭାଗ କର୍ମଚାରୀ ମାନେ ହାତୀ ପଲକୁ ଗାଁ ନିକଟରୁ ଘଉଡ଼ାଇବା ପାଇଁ ଲୋକେ ଦାବି କରି ଆସୁଥିଲେ। ହାତୀ ପଲକୁ ବନ ବିଭାଗ ଘଉଡ଼ାଇବା ସମୟରେ ଗୋଟିଏ ହାତୀ ଖୋଲା କୂଅରେ ପଡ଼ିଥିବା ସନ୍ଦେହ କରାଯାଉଛି। ଗାଈଆଳ ଗାଈ ଚରାଇବାକୁ ଆସିଥିବାବେଳେ ପ୍ରବଳ ଗନ୍ଧ ହୋଇଥିଲା। ଗାଈଆଳ କୂଅ ଭିତରେ ହାତୀ ପଡି ଯାଇଥିବା ଦେଖିବାକୁ ପାଇଥିଲା। ଗାଈଆଳ ଠାରୁ ଖବର ଜଣା ପଡିବା ପରେ ଗାଁ ଲୋକେ ଘଟଣାସ୍ଥଳକୁ  ଯାଇ ହାତୀ ମୃତ୍ୟୁ ଦେଖିଥିଲେ।  ବନ ବିଭାଗର ଅବହେଳାରୁ ହାତୀର ମୃତ୍ୟୁ ହୋଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ହାତୀଟି କିଭଳି କୂଅରେ ପଡି ରହି ମୃତ୍ୟୁବରଣ କଲା ବନ ବିଭାଗ ଜାଣି ପାରିଲାନାହିଁ ତାହା ସମସ୍ତଙ୍କୁ ଚକିତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri