ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ ଜାଲରେ ଛନ୍ଦି ହୋଇଗଲା ହାତୀ ଛୁଆ । ପାଣିରେ ଫସି ରହିଥିବା ବେଳେ ଦୀର୍ଘ ସମୟର କସରତ ପରେ ଛୁଆ ହାତୀକୁ ସୁରକ୍ଷିତ ପାଣିରୁ ଉଦ୍ଧାର କରିଛି ବନ ବିଭାଗ ।

ସୂଚନା ଅନୁଯାଇ ଦୀର୍ଘ ଦିନ ହେବ ୧୧ ଟିକିଆ ହାତୀ ପଲ ଚସାଗୁରୁଜାଙ୍ଗ ଓ ପବିତ୍ରପୁର ପଞ୍ଚାୟତର ବିଭିନ୍ନ ଗାଁରେ ବ୍ୟାପକ କ୍ଷୟକ୍ଷତି କରୁଥିଲେ । ଗତକାଲି ସନ୍ଧ୍ୟା ସମୟରେ ପବିତ୍ରପୁର ପଞ୍ଚାୟତ ପଟୁ ନଦୀ ପାର ହୋଇ ଯାଉଥିବା ବେଳେ ଛୁଆ ହାତୀଟି ପାଣିରେ ବିଛା ଯାଇଥିବା ମାଛ ଜାଲରେ ଛନ୍ଦି ହୋଇ ଫସି ଯାଇଥିଲା । ସ୍ଥାନୀୟ ଲୋକେ ଦେଖି ତୁରନ୍ତ ପାଳଲହଡା ବନ ବିଭାଗକୁ ସୂଚନା ଦେଇଥିଲେ । ଆଜି ସକାଳୁ ଘଟଣା ସ୍ଥଳରେ ପହଂଚି ହାତୀ ଛୁଆକୁ ଉଦ୍ଧାର କରି ମା ହାତୀ ପାଖରେ ଛଡା ଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri