ଗରମ ତରକାରି ହାଣ୍ଡିରେ ପଡ଼ି ଶିଶୁ ମୃତ

ବୁଗୁଡ଼ା,୩୧।୫(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁଦ୍ଧିକ୍ରିୟା ଭୋଜି ପାଇଁ ପ୍ରସ୍ତୁତ ହେଉଥିବା ଗରମ ତରକାରି ହାଣ୍ଡିରେ ପଡ଼ି ଜଣେ ତିନି ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତକ ହେଲେ ବଳରାମ ସେଠୀଙ୍କ ପୁତ୍ର ସାଇପ୍ରସାଦ।
ପ୍ରକାଶ ଯେ, ନଗୁଡୁ ଗ୍ରାମର ରଙ୍କନିଧି ସେଠୀଙ୍କ ଘରେ ଶୁଦ୍ଧିକ୍ରିୟା ଭୋଜି ଚାଲିଥିଲା। ଏଥିରେ ଯୋଗ ଦେବା ପାଇଁ ବଳରାମଙ୍କ ପରିବାର ଯାଇଥିଲେ। ସେଠାରେ ଭୋଜି ପାଇଁ ତରକାରି ପ୍ରସ୍ତୁତ ହେଉଥିବା ବେଳେ ଅସାବଧାନତାବଶତଃ ସାଇପ୍ରସାଦ ଗରମ ତରକାରି ହାଣ୍ଡିରେ ପଡିଯାଇଥିଲେ। ପରିବାର ଲୋକେ ତାଙ୍କୁ ସେଥିରୁ ଉଦ୍ଧାର କରି ମାଣିତରା ମେଡିକାଲକୁ ନେଇଥିଲେ। ପରେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶିଶୁଟିର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri