ଧର୍ମଶାଳାରେ ଶିଶୁକନ୍ୟା ବିକ୍ରି ଘଟଣା: ଅଙ୍ଗନୱାଡି କର୍ମୀଙ୍କ ସହ ୫ ଗିରଫ

ଧର୍ମଶାଳା,୩୧ା୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା କୋତପୁର ପଞ୍ଚାୟତ ସାନରାଏପଡ଼ା ଗ୍ରାମରେ ଶିଶୁକନ୍ୟା ବିକ୍ରି ଘଟଣାରେ ପୋଲିସ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମେତ ମୋଟ୍‌ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଶିଶୁକନ୍ୟାକୁ କିଣିଥିବା ପାରାଦୀପ ରଙ୍ଗିଆଗଡ଼ା ଅଞ୍ଚଳର ଦମ୍ପତି ସସ୍ମିତା ବାରିକ ଓ କୈଳାସ ବାରିକ, ଶିଶୁ ବିକ୍ରିରେ ମଧ୍ୟସ୍ଥତା କରିଥିବା ବାଲିଚନ୍ଦ୍ରପୁର ଥାନା ଭରତପୁର ଗ୍ରାମର ଅଙ୍ଗନୱାଡି କର୍ମୀ ପ୍ରଭାସିନୀ ଦାସ, ତାଙ୍କ ଭାଇ ସାନରଏପଡ଼ା ଗ୍ରାମର ଦୀପକ ଦାସ ଏବଂ ଶିଶୁକନ୍ୟା ବାପା ନଟବର ବେହେରା।
ସୂଚନା ମୁତାବକ, ସାନରାଏପଡ଼ା ଗ୍ରାମର ନଟବରଙ୍କ ସ୍ତ୍ରୀ କାଞ୍ଚନଙ୍କ ୨୭ ତାରିଖରେ ଧର୍ମଶାଳା ଡାକ୍ତରଖାନାରେ ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। ତେବେ ଦାରିଦ୍ର୍ୟର କଷାଘାତରେ ଚଳୁଥିବା ଏହି ପରିବାର ୨୮ତାରିଖରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ଶ୍ୱଶୁରଘରେ ରହୁଥିବା ପାରାଦୀପ ଅଞ୍ଚଳର ଉପରୋକ୍ତ ଦମ୍ପତିଙ୍କୁ ୧୨ ହଜାର ଟଙ୍କାରେ ଶିଶୁକନ୍ୟାକୁ ବିକ୍ରି କରି ଦେଇଥିଲେ। ଶନିବାର ଏହି ଘଟଣା ପ୍ରଘଟ ହେବା ପରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କର ସେଠାରେ ପହଞ୍ଚତ୍ ଘଟଣା ସମ୍ପର୍କରେ ଅବଗତ ହେବା ସହ ଧର୍ମଶାଳା ଥାନା ଅଧୀନ କୋତପୁର ଫାଣ୍ଡିରେ ଅଭିଯୋଗ କରିଥିଲେ। ତେବେ ଘଟଣା ପ୍ରଘଟ ପରେ ଦମ୍ପତି ଅତି ଚତୁରତାର ସହ ଶିଶୁକୁ ଆଣି ତାଙ୍କ ମା’କୁ ଦେଇ ଫେରାର ହୋଇ ଯାଇଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୫୦/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବାବେଳେ ସନ୍ଧ୍ୟାରେ ଶିଶୁକନ୍ୟାକୁ ଉଦ୍ଧାର କରିଥିଲା। ରାତିରେ ମହାକାଳପଡ଼ାରେ ପୋଲିସ ଚଢ଼ାଉ କରି ଶିଶୁକୁ କିଣିଥିବା ଦମ୍ପତିଙ୍କୁ ଗିରଫ କରିଥିଲା। ଏହାପରେ ମଧ୍ୟସ୍ଥତା କରିଥିବା ଅଙ୍ଗନୱାଡି କର୍ମୀ, ତାଙ୍କ ଭାଇ ଓ ଶିଶୁ କନ୍ୟାର ବାପାଙ୍କୁ ଗିରଫ କରିଥିଲା। ଉଦ୍ଧାର ଶିଶୁକନ୍ୟାକୁ ପୋଲିସ ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କ ନିକଟରେ ହାଜର କରିବା ପରେ ଶିଶୁଟିକୁ ବାଳାଶ୍ରମସ୍ଥିତ ପୋଷ୍ୟ ସନ୍ତାନ ଗୃହରେ ରଖାଯାଇଛି। ତେବେ ରବିବାର ଶିଶୁକନ୍ୟାର ବାପାଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛଡ଼ା ଯାଇଥିବା ବେଳେ ଅନ୍ୟ ୪ ଅଭିଯୁକ୍ତଙ୍କୁ ଚଣ୍ଡିଖୋଲ କୋର୍ଟଚାଲାଣ କରାଯାଇଥିବା ଫାଣ୍ଡି ଅଧିକାରୀ ନିରଞ୍ଜନ ବେହୁରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri