Posted inଫୁରସତ

ମାଟିତଳୁ ଆସୁଥିଲା କାନ୍ଦ ଶବ୍ଦ, ପରେ ଯାହା ଦେଖିଲେ ପାଦତଳୁ ଖସିଗଲା ମାଟି

କୁହାଯାଏ, ରଖେ ହରି ତ ମାରେ କିଏ? କେବେ କେବେ ଏହି କଥାର ପ୍ରକୃତ ଅର୍ଥ ଅସଲ ଜୀବନରେ ମଧ୍ୟ ପ୍ରତିଫଳିତ ହୋଇଥାଏ। ଏମିତି ଏକ ଘଟଣା ଝାଡ଼ଖଣ୍ଡର ଲୋହରଦଗା ଜିଲାରେ ଦେଖିବାକୁ ମିଳିଛି। ଯେଉଁଠାରୁ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ମାଟିତଳୁ ଉଦ୍ଧାର କରାଯାଇଛି।
ଏହି ଘଟଣା ସମଗ୍ର ଲୋହରଦଗାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣା କୁଡୁ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ମାଟିତଳୁ କାନ୍ଦ ଶବ୍ଦ ଶୁଣି ଜଣେ ଲୋକ ଅଟକି ଯାଇଥିଲେ। ଯାଇ ଯାହା ଦେଖିଲେ ସେ ଆଶ୍ଚର୍ଯ୍ୟ ହୋଇଗଲେ। ଏକ ନବଜାତକକୁ ମାଟି ତଳେ କେହି ପୋତି ଦେଇଛି। ଏହି ବ୍ୟକ୍ତି ଜଣକ ଗ୍ରାମବାସୀଙ୍କୁ ଡାକି ମାଟିତଳୁ ଶିଶୁଟିକୁ ଉଦ୍ଧାର କରିଥିଲେ। ଶିଶୁଟିକୁ ଗ୍ରାମର ମହିଳାମାନେ କ୍ଷୀର ମଧ୍ୟ ପିଆଇଛନ୍ତି। ଖାଲି ଏତିକି ନୁହେଁ, ଗ୍ରାମର ଅନେକ ଲୋକ ଶିଶୁଟିକୁ ଘରକୁ ନେବାକୁ ମଧ୍ୟ ଚାହିଁଥିଲେ। ଶିଶୁଟି ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଥିଲା। ଏହା ପରେ ଗ୍ରାମବାସୀ ପୋଲିସ ଏବଂ ଶିଶୁ କଲ୍ୟାଣ ବିଭାଗକୁ ସୂଚନା ଦେଇଥିଲେ। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାର ଖୋଳତାଡ଼ ମଧ୍ୟ ଆରମ୍ଭ କରିଛି। ଶିଶୁ କଲ୍ୟାଣ ବିଭାଗ ଶିଶୁଟିକୁ ଡାକ୍ତରଖାନା ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ...

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା

ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ...

ପୃଥିବୀର ପଡୋଶୀରେ ଅଛନ୍ତି ଏଲିଏନ୍ସ, ୨୦୩୦ ସୁଦ୍ଧା ଖୋଜିଦେବ ନାସା!

ଓ୍ବାଶିଂଟନ,୨୫।୩: ଏଲିଲନ୍ସ ସତରେ ଅଛନ୍ତି କି। ଯଦି ଅଛନ୍ତି, ସେମାନେ କେଉଁଠାରେ ରୁହନ୍ତି? ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜିବାରେ ସାରା ବିଶ୍ୱର ସ୍ପେସ ଏଜେନ୍ସିମାନେ...

ଓଡ଼ିଆ ଜନଜୀବନରେ ଦୋଳଯାତ୍ରା

ଫାଲ୍‌ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ...

ବୋତଲ ଭିତରେ ଅଠା ଲାଖେ ନାହିଁ କାହିଁକି

ବିଜ୍ଞାପନରେ ଅନେକ ଅଠା କମ୍ପାନୀ ଦାବି କରନ୍ତି ଯେ, ତାଙ୍କର ସାମାନ୍ୟ ଟିକେ ଅଠା ଯେକୌଣସି ଜିନିଷକୁ ଯୋଡିପାରେ। ଆଉ ଏମିତି ଯୋଡିବ ଯେ ଯୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri