ବାଚସ୍ପତିଙ୍କୁ ଅସମ୍ମାନ କରାଯାଇଛି : ବିଜେଡି

ସମ୍ବଲପୁର,୧।୧୦(ଶୁଭାଶିଷ ପାଢ଼ୀ): ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ଭାଜପା ବିଧାୟକଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି। ଏ ନେଇ ସମ୍ବଲପୁର ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇ ସମ୍ପୃକ୍ତ ବିଧାୟକଙ୍କ ଆଚରଣକୁ ନିନ୍ଦା କରାଯାଇଛି। ବିଜେଡି କର୍ମକର୍ତ୍ତାମାନେ ଦର୍ଶାଇଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସଶକ୍ତୀକରଣକୁ ପ୍ରାଥମିକତା ଦେଉଛନ୍ତି। ସ୍ବାଧୀନତା ପରେ ଓଡ଼ିଶାର ପ୍ରଥମ ମହିଳା ଭାବେ ପ୍ରମିଳାଙ୍କୁ ବାଚସ୍ପତି ଆସନରେ ବସାଇଛନ୍ତି। ହେଲେ ମହିଳା ସଶକ୍ତୀକରଣକୁ ଭାଜପା ଗ୍ରହଣ କରିପାରୁ ନାହିଁ। ବିଧାନସଭା ଭଳି ପବିତ୍ର ଗୃହରେ ବାଚସ୍ପତିଙ୍କୁ ଅସମ୍ମାନ କରି କଳା ଅଧ୍ୟାୟ ସୃଷ୍ଟି କରିଛି। ଗୃହର ଗରିମା ଭାଙ୍ଗି ମହିଳା ବାଚସ୍ପତିଙ୍କୁ ଯେଭଳି ଭାବରେ ଭାଜପାର ଦୁଇ ବିଧାୟକ ଅସମ୍ମାନ କଲେ ତାହା ନିନ୍ଦନୀୟ। ଗୋଟିଏପଟେ କେନ୍ଦ୍ର ସରକାର ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ୍‌କୁ ଗୃହୀତ କରାଇଛନ୍ତି। ହେଲେ ରାଜ୍ୟରେ ଭାଜପା ବିଧାୟକ ମହିଳା ବାଚସ୍ପତିଙ୍କୁ ଅସମ୍ମାନ କରୁଛନ୍ତି। ଏହା ଭାଜପା ନେତାଙ୍କ ଅସଲ ଚେହେରାକୁ ପଦାରେ ପକାଇଛି। ତେବେ ଏହି ଘଟଣାରେ ସମ୍ପୃକ୍ତ ଦୁଇ ଭାଜପା ବିଧାୟକ ତୁରନ୍ତ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଥିଲେ। ବିଜେଡି ଜିଲା ମହିଳା ସଭାନେତ୍ରୀ ବନ୍ଦିତା ରାଣୀ ମିଶ୍ର, ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ, ସିପ୍ରା ମହାନ୍ତି, ସୁରେଖା ସାହୁ, ଉଷା ପ୍ରଧାନ, ବସନ୍ତ ମିଶ୍ର, ସତୀଶ ବିଶି, ଜଗନ୍ନାଥ ତ୍ରିପାଠୀ ପ୍ରମୁଖ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?