ବାଚସ୍ପତିଙ୍କ ଦିଗପହଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହା ସହ ଦିଗପହଣ୍ଡି ଏନ୍‌ଏସିର ମୁଖ୍ୟ ରାଜପଥ ଅଲୋକୀକରଣ ପାଇଁ ବାଚସ୍ପତି ପାତ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅରକ୍ଷିତ ଦାସଙ୍କ ମଣ୍ଡପଠାରୁ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ଡିଭାଇଡରରେ ୧ କୋଟି ୩୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଲାଇଟ ଲଗାଯିବାର ବ୍ୟବସ୍ତା ହୋଇଛି ।
ଏଥି ସହିତ ଦିଗପହଣ୍ଡି ସହରର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ଅଲୋକୀକରଣ କରାଯାଇଥିବା ବାଚସ୍ପତି ପାତ୍ର କହିଛନ୍ତି। ପରେ ସେ ନିଜ ନିର୍ବାଚନମଣ୍ଡଳୀ ଦିଗପହଣ୍ଡି ବ୍ଲକର ଆଙ୍କରଡା ପଞ୍ଚାୟତକୁ ଯାଇ ଉନ୍ନତିମୂଳକ ଯୋଜନା ଉଦ୍‌ଘାଟନ କରିଛନ୍ତି। ଶେଷରେ ସେ ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନ କରିବା ସହ କଲ୍ୟାଣପୁର ଗାଁର କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri