ବାଚସ୍ପତିଙ୍କ ଦିଗପହଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହା ସହ ଦିଗପହଣ୍ଡି ଏନ୍‌ଏସିର ମୁଖ୍ୟ ରାଜପଥ ଅଲୋକୀକରଣ ପାଇଁ ବାଚସ୍ପତି ପାତ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅରକ୍ଷିତ ଦାସଙ୍କ ମଣ୍ଡପଠାରୁ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ଡିଭାଇଡରରେ ୧ କୋଟି ୩୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଲାଇଟ ଲଗାଯିବାର ବ୍ୟବସ୍ତା ହୋଇଛି ।
ଏଥି ସହିତ ଦିଗପହଣ୍ଡି ସହରର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ଅଲୋକୀକରଣ କରାଯାଇଥିବା ବାଚସ୍ପତି ପାତ୍ର କହିଛନ୍ତି। ପରେ ସେ ନିଜ ନିର୍ବାଚନମଣ୍ଡଳୀ ଦିଗପହଣ୍ଡି ବ୍ଲକର ଆଙ୍କରଡା ପଞ୍ଚାୟତକୁ ଯାଇ ଉନ୍ନତିମୂଳକ ଯୋଜନା ଉଦ୍‌ଘାଟନ କରିଛନ୍ତି। ଶେଷରେ ସେ ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନ କରିବା ସହ କଲ୍ୟାଣପୁର ଗାଁର କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri