Posted inଜାତୀୟ

ଭୟଙ୍କର ଦୁର୍ଘଟଣାରେ ସହଦେବ ଗୁରୁତର

ରାୟପୁର, ୨୯।୧୨: ‘ବଚ୍‌ପନ୍‌ କା ପ୍ୟାର୍‌’ ଗୀତ ଗାଇ ଲୋକପ୍ରିୟ ହୋଇଥିବା ସହଦେବ ଦିର୍‌ଦୋ ଏକ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଥିବା ଏହି ଦୁର୍ଘଟଣାରେ ତାଙ୍କୁ ବହୁତ ଆଘାତ ଲାଗିଛି। ଚିକିତ୍ସା ଲାଗି ତାଙ୍କୁ ଛତିଶଗଡ଼ର ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଡିମରାପାଲ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଅପରାହ୍ନରେ ସହଦେବ ନିଜ ବନ୍ଧୁମାନଙ୍କ ସହ ବାଇକ୍‌ରେ ବସି ଶବରୀ ନଗର ଯାଉଥିଲେ। ଏହି ସମୟରେ ତାଙ୍କ ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା। ଏଥିରେ ସହଦେବଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ସହଦେବଙ୍କ ଦୁର୍ଘଟଣା ଖବର ପାଇ ସୁକମା ଜିଲାପାଳଙ୍କ ସମେତ ଏସ୍‌ପି ଡାକ୍ତରଖାନା ଯାଇ ସମସ୍ତ ବ୍ୟବସ୍ଥା କରିଛନ୍ତି।

ଏଥିସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ନିଜେ ଗାୟକଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାର ଆଶ୍ୱାସନା ଦେଇଛନ୍ତି। ଅପରପକ୍ଷେ ବଲିଉଡ୍‌ର ଜଣାଶୁଣା ଗାୟକ ବାଦ୍‌ଶାହ ତାଙ୍କର ସ୍ବାସ୍ଥାବସ୍ଥା ପଚାରି ବୁଝିଛନ୍ତି। ସୋସିଆଲ ମିଡିଆରେ ଲୋକମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?