୭ ଦିନ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୨୩ା୯ (ବନ୍ଦନା ସେଠୀ):ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ପଛକୁ ପଛ ୩ ଲଘୁଚାପ ଚିନ୍ତା ବଢ଼ାଇଛି। ଆସନ୍ତା ୭ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଦଶହରା ଫିକା ପଡ଼ିବ ବୋଲି କୁହାଯାଉଛି। ଇତିମଧ୍ୟରେ ସୋମବାର ସକାଳୁ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ସକ୍ରିୟ ହେବା ସହ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ୨୪ ଘଣ୍ଟାରେ ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ପୁରୀ ଗୋପରେ ସର୍ବାଧିକ ୮୫ ମି.ମି ବର୍ଷା ରେକର୍ଡ କରାଯାଇଛି। ତେବେ ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ତାରିଖ ବେଳକୁ ଅବପାତ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ତେବେ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ବିଶେଷକରି ଦକ୍ଷିଣ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲାକୁ ମଙ୍ଗଳବାର ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବାବେଳେ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ଅନୁଗୋଳ, ବୌଦ୍ଧ, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଓ ବାକି ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ସତର୍କତା ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରିବାକୁ ପରାମର୍ଶ ଦିଆଯିବା ସହ ୨୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କାରାଯାଇଛି। ଅକ୍ଟୋବର ୧ରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri