୭ ଦିନ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୨୩ା୯ (ବନ୍ଦନା ସେଠୀ):ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ପଛକୁ ପଛ ୩ ଲଘୁଚାପ ଚିନ୍ତା ବଢ଼ାଇଛି। ଆସନ୍ତା ୭ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଦଶହରା ଫିକା ପଡ଼ିବ ବୋଲି କୁହାଯାଉଛି। ଇତିମଧ୍ୟରେ ସୋମବାର ସକାଳୁ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ସକ୍ରିୟ ହେବା ସହ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ୨୪ ଘଣ୍ଟାରେ ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ପୁରୀ ଗୋପରେ ସର୍ବାଧିକ ୮୫ ମି.ମି ବର୍ଷା ରେକର୍ଡ କରାଯାଇଛି। ତେବେ ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ତାରିଖ ବେଳକୁ ଅବପାତ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ତେବେ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ବିଶେଷକରି ଦକ୍ଷିଣ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲାକୁ ମଙ୍ଗଳବାର ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବାବେଳେ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ଅନୁଗୋଳ, ବୌଦ୍ଧ, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଓ ବାକି ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ସତର୍କତା ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରିବାକୁ ପରାମର୍ଶ ଦିଆଯିବା ସହ ୨୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କାରାଯାଇଛି। ଅକ୍ଟୋବର ୧ରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri