ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ

ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ ଜବତ କରିଛି। ଅଶୋକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ବଡଭାଇ ସରୋଜ ଅଭିଯୋଗ କରିଛନ୍ତି। ଯୁବତୀ ଜଣଙ୍କ ଅଶୋକଙ୍କୁ ଘରକୁ ଡାକି ପରିବାର ସହ ମିଶି ହତ୍ୟା କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ତେଣୁ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ମୃତକଙ୍କ ପରିବାର ଲୋକେ ଦାବି କରିଛନ୍ତି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରେମିକା, ତାଙ୍କ ଭାଇ ଓ ମାଆଙ୍କୁ ପୋଲିସ ଅଟକ ରଖିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି, ରିପୋର୍ଟ ଆସିବା ପରେ ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ କହିଛି। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗିରହିଛି।

ସରୋଜଙ୍କ ଅଭିଯୋଗ କ୍ରମେ ପ୍ରାୟ ୫ବର୍ଷ ହେବ ଅଶୋକ ଓ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ଏ ସମ୍ପର୍କରେ ଉଭୟ ପରିବାର ଅବଗତ ଥିଲେ। ଏପରିସ୍ଥଳେ କିଛିଦିନ ପୂର୍ବରୁ ଯୁବତୀଙ୍କ ଅନ୍ୟତ୍ର ବିବାହ ସ୍ଥିର ହୋଇଥିଲା। ଏହାକୁ ନେଇ ଅଶୋକ ଚିନ୍ତାରେ ଥିଲେ। ବୁଧବାର ଯୁବତୀ ଜଣକ ଫୋନ କରି ଅଶୋକଙ୍କୁ ଡାକିଥିଲେ। ବିବାହ ୧୯ ତାରିଖରେ ରହିଛି, ତେଣୁ କୁଆଡେ ଫେରାର ହୋଇଯିବାକୁ କହିଥିଲେ। ଅଶୋକ ୨ ସାଙ୍ଗଙ୍କ ସହ ଯୁବତୀଙ୍କ ଘରକୁ ଆସିଥିଲେ। ସାଙ୍ଗମାନେ ତାଙ୍କୁ ଘର ବାରିପଟେ ଛାଡି ଚାଲିଯାଇଥିଲେ। ସକାଳୁ ଅଶୋକ ଘରକୁ ନ ଆସିବରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଶେଷରେ ଅଶୋକଙ୍କ ସାଙ୍ଗମାନଙ୍କଠାରୁ ସୂଚନା ପାଇ ଯୁବତୀଙ୍କ ଘରକୁ ଯାଇ ଖୋଜିବାରୁ ବାରିପଟେ ମୃତଦେହ ପଡିଥିବା ଦେଖିଥିଲେ। ଅଶୋକଙ୍କ ଶରୀରରେ କ୍ଷତ ଚିହ୍ନ ଥିବାବେଳେ ମୁହଁରେ ଗାମୁଛା ଘୋଡାଯାଇଥିଲା। ଏ ସମ୍ପର୍କରେ ଯୁଯୁମୁରା ଥାନା ଅଧିକାରୀ ରାଜକୁମାର ବିଶ୍ୱାଳଙ୍କୁ ପଚାରିବାରୁ ସେ କହିଥିଲେ, ମୃତଦେହ ଜବତ କରାଯାଇଛି। ଶରୀରରେ ସାମାନ୍ୟ କ୍ଷତ ରହିଛି। ହତ୍ୟା ନା ଆତ୍ମହତ୍ୟା ଜଣାପଡି ନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଯିବ। ଅଭିଯୋଗ କ୍ରମେ ଯୁବତୀଙ୍କ ପରିବାର ବର୍ଗଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?