ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି ସହ ହାଲୁକା ବର୍ଷା ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏଥିଯୋଗୁ ପ୍ରବଳ ବର୍ଷା ହେବା ନେଇ କେତେକ ଜିଲାକୁ ସତର୍କ କରାଯାଇଛି। ଦ୍ୱିତୀୟ ସପ୍ତାହ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଲାଗି ରହିପାରେ।

