ପଛକୁ ପଛ ଆସୁଛି ୨ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି ସହ ହାଲୁକା ବର୍ଷା ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏଥିଯୋଗୁ ପ୍ରବଳ ବର୍ଷା ହେବା ନେଇ କେତେକ ଜିଲାକୁ ସତର୍କ କରାଯାଇଛି। ଦ୍ୱିତୀୟ ସପ୍ତାହ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଲାଗି ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri