ସଂରକ୍ଷଣରେ ଉପକୃତ ହେବେ ପଛୁଆବର୍ଗ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ରାଜ୍ୟର ଭାଜପା ନେତୃତ୍ୱାଧିନ ସରକାର ବିଭିନ୍ନ ଲୋକାଭିମୁଖୀ ପଦକ୍ଷେପ ହାତକୁ ନେଇଛନ୍ତି। ଏଥିପାଇଁ ଏହି ସରକାର ଜନତାଙ୍କର ଆସ୍ଥାଭାଜନ ହୋଇପାରିଛି। ପଛୁଆବର୍ଗ ଲୋକଙ୍କ ପାଇଁ ସଂରକ୍ଷଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସାମାଜିକ ଓ ଆର୍ଥିକ ଭାବେ ପଛୁଆବର୍ଗର ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ପାଇଁ ଶିକ୍ଷାକ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଯାଇଛି। ଅପରପକ୍ଷେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିଭିତ୍ତିକ ଜନଗଣନା ପଇଁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ପଛୁଆବର୍ଗର ଲୋକେ ବିଶେଷ ଉପକୃତ ହେବେ ବୋଲି ସୋମବାର ସନ୍ଧ୍ୟାରେ ବରଗଡ଼ ସାମ୍ବାଦିକ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ଓବିସି ମୋର୍ଚ୍ଚାର ବରଗଡ଼ ଜିଲା ପ୍ରଭାରୀ ତଥା ରାଜ୍ୟ ସଂଯୋଜକ ଡ. ଅରୁଣ କୁମାର ନାୟକ କହିଛନ୍ତି।
ସେ ଆହୁରି କହିଥିଲେ, ପୂର୍ବ ରାଜ୍ୟ ସରକାର ଥିବାବେଳେ ଭାଜପା ଓବିସି ମୋର୍ଚ୍ଚା ବାରମ୍ବାର ସଂରକ୍ଷଣ ଦାବି ଉଠାଇ ଆସିଥିଲା। ମାତ୍ର ସେତେବେଳର ରାଜ୍ୟ ସରକାର ତାକୁ ଆଦୌ ଗୁରୁତ୍ୱ ଦେଉ ନ ଥିଲେ। ମାତ୍ର ଭାଜପା ସରକାର ଆସିବା ପରେ ଶିକ୍ଷାକ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ବର୍ତ୍ତମାନ ୧୧.୨୫ ପ୍ରତିଶତ ସଂରକ୍ଷଣ ଲାଗୁ କରିଛନ୍ତି। ଆଗାମୀ ଦିନରେ ଏହି ହାର ଆହୁରି ବୃଦ୍ଧି ପାଇବ ବୋଲି ଆଶା ରହିଛି ବୋଲି ସେ କହିଥିଲେ। ସେହିପରି ଭାଜପା ଓବିସି ମୋର୍ଚ୍ଚାର ଜିଲା ସଭାପତି ପରେଶ ବିଶି ଓବିସି ବର୍ଗଙ୍କ ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରୋକ୍ତ ନିଷ୍ପତ୍ତି ନିଶ୍ଚୟ ଫଳପ୍ରଦ ହୋଇଛି କହିବା ସହିତ ଏଥିପାଇଁ ଓବିସି ମୋର୍ଚ୍ଚା ପକ୍ଷରୁ ଉଭୟ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ଭାଜପା ଜାତୀୟ ପରିଷଦ ସଦସ୍ୟ ସୌରୀଚରଣ ବାରିକ ପଛୁଆବର୍ଗଙ୍କ ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସ୍ତରରେ ସରକାର ନେଉଥିବା ବିହିତ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ଅନ୍ୟ ରାଜ୍ୟରେ ଓବିସିଙ୍କ ସଂରକ୍ଷଣ ହାର ଅଧିକ ରହିଥିବା ଯୋଗୁ ଓଡ଼ିଶାରେ ମଧ୍ୟ ଏହି ହାର ଆଗକୁ ଯଥେଷ୍ଟ ବୃଦ୍ଧି ପାଇବ ବୋଲି ସେ ଆଶାବାଦୀ ଥିବା କହିଥିଲେ। ଭାଜପା ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟା ମୁକ୍ତା ସାହୁ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଥିଲେ। ଭାଜପା ଓବିସି ମୋର୍ଚ୍ଚାର ଜିଲା ସାଧାରଣ ସମ୍ପାଦକ ବୀରେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri