ପଛୁଆ, ଏସ୍‌ସି/ଏସ୍‌ଟି ପିଲା ସାମ୍ବିଧାନିକ ଅଧିକାରରୁ ବଞ୍ଚିତ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ଉଚ୍ଚଶିକ୍ଷାରେ ଆସନ ସଂରକ୍ଷଣ ବିଷୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ମୋଟ ଜନସଂଖ୍ୟାର ୬ ପ୍ରତିଶତ ହେଉଛନ୍ତି ସାଧାରଣବର୍ଗ। ରାଜ୍ୟ ସରକାର ଏହି ବର୍ଗର ଗରିବ ଛାତ୍ରୀଛାତ୍ରଙ୍କ ପାଇଁ ୧୦ ପ୍ରତିଶତ ସିଟ୍‌ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥାର ଘୋଷଣା କରିଛନ୍ତି। ହେଲେ ରାଜ୍ୟର ପଛୁଆ ବର୍ଗ ଜନସଂଖ୍ୟା ୫୪ ପ୍ରତିଶତ । ଏହି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚଶିକ୍ଷାରେ ଆଦୌ ସଂରକ୍ଷଣ ନାହିଁ। ସମଗ୍ର ଦେଶରେ ଏହି ବର୍ଗର ଛାତ୍ରୀଛାତ୍ରମାନେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଗତ ୨୦ ବର୍ଷ ହେଲା ପାଉଛନ୍ତି। ରାଜ୍ୟରେ ମଣ୍ଡଳ କମିଶନ ଲାଗୁ କରାଯାଇଥିଲେ ଏହି ବର୍ଗରୁ ଅତିକମ୍‌ରେ ୫ ହଜାର ଡାକ୍ତର ଏବଂ ୧୫ରୁ ୨୦ ହଜାର ଇଞ୍ଜିନିୟର ହୋଇପାରି ଥାଆନ୍ତେ। ରାଜ୍ୟ ଜନସଂଖ୍ୟାର ୪୦ ପ୍ରତିଶତ ହେଉଛନ୍ତି ଅନୁସୂଚିତ ଜାତି ଓ ଜନଜାତି । ଉଚ୍ଚଶିକ୍ଷା କ୍ଷେତ୍ରରେ ଏହି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ୨୦ ପ୍ରତିଶତ ସଂରକ୍ଷଣ, ଯାହା ଅତିକମ୍‌ରେ ୩୮.୫ ପ୍ରତିଶତ ହେବା କଥା। ମୁଖ୍ୟମନ୍ତ୍ରୀ କାହିଁକି ପଛୁଆ ଏବଂ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ସାମ୍ବିଧାନିକ ଅଧିକାରରୁ ସେମାନଙ୍କୁ ବଞ୍ଚିତ କରୁଛନ୍ତି ବୋଲି ଜେନା ପ୍ରଶ୍ନ କରିଛନ୍ତି। ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଏନେଇ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ମଧ୍ୟ ସେ ଯୁକ୍ତି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri