ପଛୁଆ, ଏସ୍‌ସି/ଏସ୍‌ଟି ପିଲା ସାମ୍ବିଧାନିକ ଅଧିକାରରୁ ବଞ୍ଚିତ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ଉଚ୍ଚଶିକ୍ଷାରେ ଆସନ ସଂରକ୍ଷଣ ବିଷୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ମୋଟ ଜନସଂଖ୍ୟାର ୬ ପ୍ରତିଶତ ହେଉଛନ୍ତି ସାଧାରଣବର୍ଗ। ରାଜ୍ୟ ସରକାର ଏହି ବର୍ଗର ଗରିବ ଛାତ୍ରୀଛାତ୍ରଙ୍କ ପାଇଁ ୧୦ ପ୍ରତିଶତ ସିଟ୍‌ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥାର ଘୋଷଣା କରିଛନ୍ତି। ହେଲେ ରାଜ୍ୟର ପଛୁଆ ବର୍ଗ ଜନସଂଖ୍ୟା ୫୪ ପ୍ରତିଶତ । ଏହି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚଶିକ୍ଷାରେ ଆଦୌ ସଂରକ୍ଷଣ ନାହିଁ। ସମଗ୍ର ଦେଶରେ ଏହି ବର୍ଗର ଛାତ୍ରୀଛାତ୍ରମାନେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଗତ ୨୦ ବର୍ଷ ହେଲା ପାଉଛନ୍ତି। ରାଜ୍ୟରେ ମଣ୍ଡଳ କମିଶନ ଲାଗୁ କରାଯାଇଥିଲେ ଏହି ବର୍ଗରୁ ଅତିକମ୍‌ରେ ୫ ହଜାର ଡାକ୍ତର ଏବଂ ୧୫ରୁ ୨୦ ହଜାର ଇଞ୍ଜିନିୟର ହୋଇପାରି ଥାଆନ୍ତେ। ରାଜ୍ୟ ଜନସଂଖ୍ୟାର ୪୦ ପ୍ରତିଶତ ହେଉଛନ୍ତି ଅନୁସୂଚିତ ଜାତି ଓ ଜନଜାତି । ଉଚ୍ଚଶିକ୍ଷା କ୍ଷେତ୍ରରେ ଏହି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ୨୦ ପ୍ରତିଶତ ସଂରକ୍ଷଣ, ଯାହା ଅତିକମ୍‌ରେ ୩୮.୫ ପ୍ରତିଶତ ହେବା କଥା। ମୁଖ୍ୟମନ୍ତ୍ରୀ କାହିଁକି ପଛୁଆ ଏବଂ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ସାମ୍ବିଧାନିକ ଅଧିକାରରୁ ସେମାନଙ୍କୁ ବଞ୍ଚିତ କରୁଛନ୍ତି ବୋଲି ଜେନା ପ୍ରଶ୍ନ କରିଛନ୍ତି। ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଏନେଇ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ମଧ୍ୟ ସେ ଯୁକ୍ତି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri