ଜନସଂଖ୍ୟା ଅନୁପାତରେ ପଛୁଆବର୍ଗ ମହିଳାଙ୍କୁ ୩୩% ସଂରକ୍ଷଣ ମିଳୁ: କଂଗ୍ରେସ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛୁଆ ବର୍ଗ ମହିଳାଙ୍କ ପାଇଁ ପାର୍ଲାମେଣ୍ଟରେ ଯେଉଁ ଦାବି ଉପସ୍ଥାପନ କରିଛନ୍ତି ତାକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସମ୍ପୂର୍ଣ୍ଣ ସମର୍ଥନ କରୁଛି। ବୁଧବାର ଲୋକ ସଭାରେ ଯେଉଁ ମହିଳା ସଂରକ୍ଷଣ ବିଲ୍‌ ପାସ୍‌ କରାଗଲା ତାହା କଂଗ୍ରେସର ଅନୁଚିନ୍ତା। ଏବେ ଯେଉଁ ମହିଳା ସଂରକ୍ଷଣ ବିଲ୍‌ କେନ୍ଦ୍ର ସରକାର ପାରିତ କଲେ ତାହା ଜନସଂଖ୍ୟା ଅନୁପାତରେ ପଛୁଆବର୍ଗ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି।
କଂଗ୍ରେସ ଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ମହିଳାଙ୍କୁ ପଞ୍ଚାୟତ ଓ ନଗରପାଳିକାରେ ଏକ ତୃତୀୟାଂଶ ଆସନ ସଂରକ୍ଷଣ ରଖିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ୧୯୮୯ରେ ୭୩ ଓ ୭୪ ତମ ସମ୍ବିଧାନ ସଂଶୋଧନ ବିଲ୍‌ ଆଗତ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ପି.ଭି.ନରସିଂହ ରାଓଙ୍କ ପ୍ରଧାନମନ୍ତ୍ରିତ୍ୱ ସମୟରେ ୧୯୯୩ରେ ଏହି ବିଲ୍‌କୁ ଆଇନରେ ପ୍ରଣୟନ କରାଯାଇଥିଲା। ଏହି ଆଇନ ବଳରେ ବର୍ତ୍ତମାନ ୧୫ ଲକ୍ଷରୁ ଅଧିକ ମହିଳା ଭାରତବର୍ଷରେ ବିଭିନ୍ନ ପଞ୍ଚାୟତ ଓ ନଗରପାଳିକାକୁ ନିର୍ବାଚିତ ହୋଇ କାର୍ଯ୍ୟଭାର ଦକ୍ଷତାର ସହ ତୁଲାଉଛନ୍ତି। ୨୦୧୦ ମାର୍ଚ୍ଚରେ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ଥିବା ସମୟରେ ମହିଳା ସଂରକ୍ଷଣ ବିଲ୍‌କୁ ରାଜ୍ୟ ସଭାରେ ପାରିତ କରାଗଲା। କଂଗ୍ରେସ ମହିଳାଙ୍କୁ ଲୋକ ସଭା ଏବଂ ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ମିଳୁ ବୋଲି ବହୁବାର ପ୍ରୟାସ କରିଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏହି ବିଲ୍‌କୁ ଦୀର୍ଘ ୯ ବର୍ଷ ପର୍ଯ୍ୟନ୍ତ କାହିଁକି ଲୋକ ସଭାରେ ଆଗତ କଲେ ନାହିଁ। ଏବେ ଯେଉଁ ବିଲ୍‌ ପାସ୍‌ କରାଗଲା ତାହା ତୁରନ୍ତ କାର୍ଯ୍ୟକାରୀ କରାଯାଉ। ହେଲେ ଜନସଂଖ୍ୟା ଅନୁପାତରେ ପଛୁଆବର୍ଗ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ। ସେହିଭଳି ଅନୁସୂଚିତ ଜାତି ଓ ଜନଜାତିଙ୍କ ମହିଳା ଲୋକସଂଖ୍ୟା ଆଧାରରେ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ ବୋଲି କଂଗ୍ରେସ ଦାବି କରୁଛି। ୨୦୨୪ ସୁଦ୍ଧା ଏହା ଦେଶରେ ଲାଗୁ କରାଯାଉ ବୋଲି ଶରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?