Posted inଜାତୀୟ

ଇନ୍ଦୋର ପାଣିରେ ବ୍ୟାକ୍ଟେରିଆ

ନୂଆଦିଲ୍ଲୀ,୩ା୧: ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ଭଗୀରଥପୁରା ଅଞ୍ଚଳରେ ଦୂଷିତ ପାଣିରୁ ଡାଇରିଆ ବ୍ୟାପି ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୪୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଭଗୀରଥପୁରାରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ସୂଚନା ଅନୁଯାୟୀ ମୃତ୍ୟୁସଂଖ୍ୟା ୧୦ ବୋଲି ଇନ୍ଦୋର ମେୟର ପୁଷ୍ୟାମିତ୍ର ଭାର୍ଗବ କହିଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେବା ସହ ଇନ୍ଦୋର ଅତିରିକ୍ତ କମିଶନର ଏବଂ ଡ୍ୟୁଟିରେ ଥିବା ଭାରପ୍ରାପ୍ତ ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟରଙ୍କ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଭଗୀରଥପୁରା ଫାଣ୍ଡି ନିକଟରେ ଥିବା ପାନୀୟ ଜଳ ଯୋଗାଣର ମୁଖ୍ୟ ପାଇପ୍‌ ଲାଇନ୍‌ ଏପରି ସ୍ଥାନରେ ଛିଦ୍ର ହୋଇଛି, ଯେଉଁଠି ଏକ ପାଇଖାନା ନିର୍ମାଣ ହୋଇଛି। ଏହି ଲିକ୍‌ ଯୋଗୁ ପାନୀୟ ଜଳ ଦୂଷିତ ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି ଦୂଷିତ ପାଣି ପିଇ ୬ ମାସର ଶିଶୁ ଅସୁସ୍ଥ ହେବା ସହ ପ୍ରାଣ ହରାଇଛି। ସହରର ବିଭିନ୍ନ ହସ୍ପିଟାଲରେ ଝାଡ଼ାବାନ୍ତି ଓ ଜ୍ୱରରେ ଆକ୍ରାନ୍ତ ରୋଗୀ ଭର୍ତ୍ତି ହୋଇଛନ୍ତି। ଦୂଷିତ ଜଳ ଯୋଗୁ ଡାଇରିଆ ବ୍ୟାପିଥିବା ଲାବରେଟୋରି ପରୀକ୍ଷାରୁ ସ୍ପଷ୍ଟ ହୋଇଛି। ଇନ୍ଦୋର ମେଡିକାଲ କଲେଜ ପ୍ରସ୍ତୁତ କରିଥିବା ରିପୋର୍ଟ ଅନୁଯାୟୀ, ଭଗୀରଥପୁରାରୁ ସଂଗୃହୀତ ପାନୀୟ ଜଳ ଦୂଷିତ ହୋଇଛି ଓ ଏଥିରେ ବ୍ୟାକ୍ଟେରିଆ ରହିଥିବା ଇନ୍ଦୋର ମୁଖ୍ୟ ମେଡିକାଲ ଅଫିସର ଡ. ମାଧବ ପ୍ରସାଦ ହାସନି କହିଛନ୍ତି।
ଦୂଷିତ ପାଣି ପିଇ ୧୦ ଜଣଙ୍କ ଜୀବନ ଯିବା ଘଟଣାରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଳଜୀବନ ମିଶନର ପ୍ରଚାର ଚଳାଇଥିବାବେଳେ ଦୂଷିତ ଜଳଜନିତ ମୃତ୍ୟୁକୁ ନେଇ ନୀରବ ରହିଛନ୍ତି। ମୋଦି ସରକାର ଏବଂ ଭାଜପା ଦେଶବାସୀଙ୍କୁ ସ୍ବଚ୍ଛ ଜଳ କିମ୍ବା ସ୍ବଚ୍ଛ ବାୟୁ ଯୋଗାଇବାରେ ବିଫଳ ହୋଇଥିବା କଂଗ୍ରସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ସର୍ବେକ୍ଷଣରେ ଇନ୍ଦୋର କ୍ରମାଗତ ଭାବେ ଅଷ୍ଟମ ଥର ପାଇଁ ଦେଶର ସବୁଠୁ ସ୍ବଚ୍ଛ ସହରର ମାନ୍ୟତା ପାଇଆସିଥିବାବେଳେ ସେଠାରେ ଦୂଷିତ ପାଣି ପିଇ ଲୋକଙ୍କ ମୃତ୍ୟୁ ଘଟିବା ଲଜ୍ଜାଜନକ। ଭାଜପାର ଅକ୍ଷମତା ଯୋଗୁ ଲୋକେ ବିଶୁଦ୍ଧ ଜଳରୁ ବଞ୍ଚତ୍ତ ହୋଇଥିବା ଖାର୍ଗେ Xରେ ଲେଖିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri