Posted inଜାତୀୟ

ଖରାପ ଗୋଳାବାରୁଦ ଯୋଗାଣ: ସ୍ଥଳସେନାର କ୍ଷତି ହୋଇଛି ୯୬୦ କୋଟି

ନୂଆଦିଲ୍ଲୀ, ୩୦।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ପାକିସ୍ତାନ-ଚାଇନା ସହିତ ଭାରତକୁ ସବୁବେଳେ ମୁହାଁମୁହିଁ ସ୍ଥିତିରେ ରହିବାକୁ ପଡୁଛି। ଏପରିସ୍ଥଳେ ଅର୍ଡିନାନ୍ସ୍‌ ଫ୍ୟାକ୍ଟ୍ରି ବୋର୍ଡ(ଓଏଫ୍‌ବି) ପକ୍ଷରୁ ସ୍ଥଳସେନାକୁ ଯୋଗାଇ ଦିଆଯାଇଥିବା ଖରାପ ଗୋଳାବାରୁଦ ଯୋଗୁ ୯୬୦ କୋଟି ଟଙ୍କାର କ୍ଷତି ହୋଇଛି। ଏନେଇ ସ୍ଥଳସେନା ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୪ରୁ ୨୦୨୦ ମଧ୍ୟରେ ଗତ ୬ ବର୍ଷରେ ଏଭଳି କ୍ଷତି ହୋଇଛି। ଓଏଫ୍‌ବି ଅର୍ନ୍ତଗତ ୪୧ ଅର୍ଡିନାନ୍ସ୍‌ ଫ୍ୟାକ୍ଟ୍ରି, ୧୩ ଡେଭଲପ୍‌ମେଣ୍ଟ୍‌ ସେଣ୍ଟର ଏବଂ ୯ଟି ଲର୍ଣ୍ଣିଂ ଇନଷ୍ଟିଚ୍ୟୁଟ୍‌ କାର୍ଯ୍ୟ କରୁଛି। ସ୍ଥଳସେନା ପାଇଁ ଆବଶ୍ୟକ ସାମଗ୍ରୀ ଅର୍ଡିନାନ୍ସ୍‌ ଫ୍ୟାକ୍ଟ୍ରି ଦ୍ୱାରା ପ୍ରସ୍ତୁତ କରାଯାଇଥାଏ। କ୍ଷତି ହୋଇଥିବା ଟଙ୍କାରେ ପ୍ରାୟ ୧୦୦ଟି ଛୋଟ ତୋପ କିଣାଯାଇ ପାରିଥାନ୍ତା ବୋଲି ରିପୋର୍ଟରେ କୁହାଯାଇଛି। ଖରାପ ଗୋଳାବାରୁଦ ଯୋଗୁ ୬ ବର୍ଷରେ ୪୦୩ ଦୁର୍ଘଟଣାରେ ୨୭ ଜଣ ଯବାନଙ୍କ ମୃତ୍ୟୁ ଘଟିଛି ଏବଂ ୧୫୯ ଆହତ ହୋଇଛନ୍ତି। ଓଏଫ୍‌ବିର କାର୍ଯ୍ୟ ଶୈଳୀକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହାକୁ କର୍ପୋରେଟାଇଜ୍‌ କରିବାର ଯୋଜନା କରାଯାଉଛି। ଏଥିପାଇଁ ଏକ ଘରୋଇ କମ୍ପାନୀ ସହିତ ଆଲୋଚନା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri