Posted inଖେଳ

IPL 2025: ପ୍ରଶଂସକଙ୍କୁ ବଡ଼ ଝଟ୍‌କା, ଏଣିକି ମାଗଣାରେ ଦେଖିପାରିବେ ନାହିଁ ଆଇପିଏଲ୍‌ ମ୍ୟାଚ୍‌, ଗଣିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୪।୨: ସମସ୍ତ କ୍ରିକେଟ ପ୍ରେମୀ ବର୍ତ୍ତମାନ ଚାମ୍ପିଅନ୍ସ ଟ୍ରଫିକୁ ଅପେକ୍ଷା କରିଛନ୍ତି। ଏହା ପରେ ବିଶ୍ୱର ସବୁଠାରୁ ଲୋକପ୍ରିୟ କ୍ରିକେଟ ଲିଗ୍‌ ’ଇଣ୍ଡିଆନ ପ୍ରିମିୟର ଲିଗ(IPL)’ ଆରମ୍ଭ ହେବ। ମାର୍ଚ୍ଚରୁ ଆଇପିଏଲ୍‌ର ପରବର୍ତ୍ତୀ ସିଜିନ ଆରମ୍ଭ ହେବାକୁ ଯାଉଛି। ହେଲେ ତାହା ପୂର୍ବରୁ ଲିଗ୍‌ର ପ୍ରଶଂସକମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଏପର୍ଯ୍ୟନ୍ତ ପ୍ରଶଂସକମାନେ ଜିଓ ସିନେମାରେ ଆଇପିଏଲ୍‌ ମ୍ୟାଚ ଲାଇଭ୍‌କୁ ଉପଭୋଗ କରୁଥିଲେ। କିନ୍ତୁ ଏହି ସିଜନରୁ ସେଭଳି ଘଟିବ ନାହିଁ। ପ୍ରକୃତରେ Jio Cinema ଏବଂ Disney+ Hotstar କୁ ମିଶ୍ରଣ କରାଯାଇଛି। ଏବେ ଏହା JioHotstar ଭାବେ ଲଞ୍ଚ ହୋଇଛି। ଏଥିରେ IPL ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ କରାଯିବ ସତ ହେଲେ ତାହା ଦେଖିବା ପାଇଁ ବ୍ୟବହାରକାରୀଙ୍କୁ ଟଙ୍କା ଦେବାକୁ ପଡିବ।

ନିକଟରେ ଡିଜନି+ ହଟଷ୍ଟାର ଏବଂ ଜିଓ ସିନେମାର ମିଶ୍ରଣ ହୋଇଥିଲା। ଶୁକ୍ରବାର ଦିନ ଉଭୟଙ୍କ ନାମକୁ ମିଶାଇ JioHotstar ଆପ୍‌ ଲଞ୍ଚ କରାଯାଇଥିଲା। ଏହା ଅମ୍ବାନୀ ଗ୍ରୁପର ମାଲିକାନାରେ ଚାଲିବ। ଏଥିରେ ପ୍ରଶଂସକମାନେ IPLର ପ୍ରଥମ କିଛି ମିନିଟ ଲାଇଭ ଦେଖିପାରିବେ। ମାତ୍ର ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ପାଇଁ ସେମାନଙ୍କୁ ଏକ ସବସ୍କ୍ରିପସନ୍‌ ପ୍ଲାନ କିଣିବାକୁ ପଡିବ। ଆରମ୍ଭିକ ସବସ୍କ୍ରିପସନ ପ୍ଲାନର ମୂଲ୍ୟ ୧୪୯ ଟଙ୍କା। ୨୯୯ ଟଙ୍କିଆ ଗୋଟିଏ ଯୋଜନା ରହିଛି ଯେଉଁଥିରେ ଉପଭୋକ୍ତାମାନେ ଅଧିକ ସୁବିଧା ଏବଂ ଲାଭ ପାଇବେ। ସେହିଭଳି ୪୯୯ ଟଙ୍କାର ପ୍ଲାନରେ ଉପଭୋକ୍ତାମାନେ ବିନା ବିଜ୍ଞାପନରେ ମ୍ୟାଚ୍‌ ଦେଖିପାରିବେ। ଏହି ତିନୋଟିଯାକ ଯୋଜନା ତିନି ମାସ ପାଇଁ ବୈଧ ରହିବ।

IPL ୨୦୦୮ ମସିହାରେ ଆରମ୍ଭ ହୋଇଥିଲା। ଏପର୍ଯ୍ୟନ୍ତ ୧୭ଟି ସିଜିନ ଖେଳାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ପାଞ୍ଚ ଥର ଏହି ଟାଇଟଲ ଜିତିଛନ୍ତି। IPLର ପରବର୍ତ୍ତୀ ସିଜିନ ୨୧ ମାର୍ଚ୍ଚରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ କୋଲକାତାର ଇଡେନ ଗାର୍ଡେନରେ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH) ମଧ୍ୟରେ ଖେଳାଯାଇପାରେ।

ବିସିସିଆଇ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନର କାର୍ଯ୍ୟସୂଚୀ ଘୋଷଣା କରିନାହିଁ। ତଥାପି ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସମ୍ପ୍ରତି ଏହାର ଆରମ୍ଭ ତାରିଖ ବିଷୟରେ ସୂଚନା ଦେଇଥିଲେ। ସେହି ସମୟରେ ଫାଇନାଲ ସମେତ ପ୍ଲେ-ଅଫ ସମ୍ପର୍କରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରକାଶ ପାଇଥିଲା। ଫାଇନାଲ ମ୍ୟାଚ ୨୫ ମଇରେ ଇଡେନ ଗାର୍ଡେନରେ ଖେଳାଯିବ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଦୁଇଟି ପ୍ଲେଅଫ୍‌ ମ୍ୟାଚ ଅନୁଷ୍ଠିତ ହେବାର ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?