ଆର୍‌ସିବି ପାଇଁ ଖରାପ ଖବର; ପଞ୍ଜାବ ବିପକ୍ଷରେ ଖେଳିବେନି ୧୦ କୋଟି ମୂଲ୍ୟରେ ଏହି ଖେଳାଳି

ଦୁବାଇ, ୨୪।୯: ଆଇପିଏଲ୍‌-୧୩ତମ ସଂସ୍କରଣର ୬ଷ୍ଠ ମ୍ୟାଚ୍‌ରେ ଗୁରୁବାର କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହ ହେବ। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଆର୍‌ସିବି ଦଳକୁ ଝଟ୍‌କା ଲାଗିଛି। ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର କ୍ରିସ୍‌ ମୋରିସ ଆଘାତଜନିତ ସମସ୍ୟା ଲାଗି ପଞ୍ଜାବ ବିପକ୍ଷ ଏହି ମ୍ୟାଚ୍‌ ଖେଳିବେ ନାହିଁ ବୋଲି ଆର୍‌ସିବି ପକ୍ଷରୁ ସୂଚନା ଦିଆଯାଇଛି। ‘ମୋରିସଙ୍କ ଅନୁପସ୍ଥିତିରେ ଆମ ଦଳର ସନ୍ତୁଳନରେ ଏକ ବଡ଼ ପାର୍ଥକ୍ୟ ସୃଷ୍ଟି ହୋଇଛି। ସେ ଏଭଳି ଜଣେ ଖେଳାଳି ଥିଲେ ଯିଏକି ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ବେଶ୍‌ ଦକ୍ଷ ଥିଲେ’ ବୋଲି ବାଙ୍ଗାଲୋର ଦଳର ଡାଇରେକ୍ଟର ଅଫ୍‌ କ୍ରିକେଟ୍‌ ମାଇକ ହେସେନ କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଖେଳାଳି ନିଲାମୀରେ ବାଙ୍ଗାଲୋର ମୋରିସଙ୍କୁ ୧୦ କୋଟି ଟଙ୍କା ମୂଲ୍ୟରେ କ୍ରୟ କରିଥିଲା। ଚଳିତ ସିଜନରେ ସେ ଦଳ ପାଇଁ ଜଣେ ପ୍ରମୁଖ ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri