Posted inଜାତୀୟ

‘ମୋଦିଙ୍କ ପାଇଁ ଖରାପ ସମୟ ଆସୁଛି’

କୋଲକାତା, ୨୫।୨ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରୁ ଖରାପ ସମୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପେକ୍ଷା କରିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କହିଛନ୍ତି। ତାଙ୍କ ପୁତୁରା ତଥା ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରାଙ୍କୁ ସିବିଆଇ ତଦନ୍ତରେ ସାମିଲ କରାଯାଇଥିବାରୁ ମମତା ଭାଜପାକୁ କଡ଼ା ସମାଲୋଚନା କରିଥିଲେ। ପଶ୍ଚିମବଙ୍ଗର ହୁଗ୍‌ଲିଠାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବା ଅବସରରେ ତୃଣମୂଳ କଂଗ୍ରେସ ନେତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସବୁଠୁ ବଡ଼ ଦଙ୍ଗାବାଜ୍‌ ଓ ଦୈତ୍ୟ କହିଥିଲେ। ଗତବର୍ଷ ନଭେମ୍ବରରେ ଅନୁଷ୍ଠିତ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ୍‌ ପରାଜିତ ହୋଇଥିଲେ। ଆଗାମୀ ଦିନରେ ମୋଦିଙ୍କ ପାଇଁ ଏହାଠାରୁ ଆହୁରି ଖରାପ ସମୟ ଅପେକ୍ଷା କରିଛି। ମମତା ଗୋଲ୍‌କିପର ହେବେ ଏବଂ ଭାଜପାକୁ ଗୋଟିଏ ବି ଗୋଲ୍‌ ସ୍କୋର କରିବାକୁ ଦେବେନାହିଁ ବୋଲି କହିଥିଲେ।

ଟିଏମ୍‌ସିରେ ମନୋଜ ତିଓ୍ବାରୀ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ କ୍ରିକେଟର ମନୋଜ ତିଓ୍ବାରୀ ବୁଧବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଥିଲେ। ଭାଜପା ବିଭାଜନ ରାଜନୀତି ଚଳାଇଥିବାବେଳେ ମମତା ବାନାର୍ଜୀ ଲୋକଙ୍କୁ ଏକାଠି କରିବା ଲାଗି ଉଦ୍ୟମ ଚଳାଇଥିବା ମନୋଜ କହିଥିଲେ। ସେ କୌଣସି ଅଞ୍ଚଳ ଭିତ୍ତିରେ ନୁହେଁ ବରଂ ଦେଶ ପାଇଁ କ୍ରିକେଟ ଖେଳୁଥିଲେ। ଆଜିଠାରୁ ଏକ ନୂଆ ଯାତ୍ରା ଆରମ୍ଭ ହେଲା ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri