Posted inଜାତୀୟ

ଖରାପ ପାଗ: ହେଲିକପ୍ଟର ଦୁର୍ଘଟଣାରେ ପାଇଲଟ୍‌ଙ୍କ ମୃତ୍ୟୁ

ଲକ୍ଷ୍ନୌ, ୨୧।୯: ଖରାପ ପାଗ ଯୋଗୁ ଉତ୍ତରପ୍ରଦେଶରେ ସୋମବାର ଇନ୍ଦିରାଗାନ୍ଧୀ ଉଡ଼ାଣ ଏକାଡେମୀର ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ୨୧ ବର୍ଷ ବୟସ୍କ ଟ୍ରେନିଂ ପାଇଲଟଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଆଜମଗଡ଼ର ସରାୟମୀର ଥାନା ଅଞ୍ଚଳରେ ପୂର୍ବାହ୍ନ ୧୧ଟା ୩୦ରେ ହେଲିକପ୍ଟରଟି ନିୟନ୍ତ୍ରଣ ହରାଇ ମଝି ଆକାଶରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ପ୍ରଚଣ୍ଡ ବିସ୍ଫୋରଣ ସହିତ ଏହା ଜଳି ଯାଇଥିଲା। ଏହାପରେ ଚାଷ ଜମିର କାଦୁଅ ମଧ୍ୟରେ ହେଲିକପ୍ଟରର ଭଗ୍ନାବଶେଷ ପଡ଼ିଥିଲା। ଶବ୍ଦ ଶୁଣି ଗ୍ରାମବାସୀମାନେ ଦୁର୍ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ଖବର ପାଇ ନିକଟସ୍ଥ ସରାୟମୀର ଥାନା ସମେତ ଅନ୍ୟ ଥାନାର ପୋଲିସ ଘଟଣାସ୍ଥଳରେ ପହଞ୍ଚତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପାଇଲଟଙ୍କ ସହିତ ଥିବା ଅନ୍ୟ ବ୍ୟକ୍ତିଙ୍କର କୌଣସି ଖୋଜ ଖବର ମିଳି ନ ଥିବା ପୋଲିସ କହିଛି। ସେ ପରାଚ୍ୟୁଟରେ ଓହ୍ଲାଇ ପଡ଼ିଥିବା ଦେଖଣାହାରୀମାନେ ପ୍ରକାଶ କରିଛନ୍ତି। ତେବେ ଏଥିରେ କେବଳ ଜଣେ ଟ୍ରେନିଂ ପାଇଲଟ ଥିଲେ ବୋଲି ଇନ୍ଦିରାଗାନ୍ଧୀ ଉଡ଼ାଣ ଏକାଡେମୀ ପକ୍ଷରୁ କୁହାଯାଇଛି। ପୋଲିସ ପକ୍ଷରୁ ଘେରାବନ୍ଦୀ କରାଯାଇ ତଦନ୍ତ ଜାରି ରହିଛି ବୋଲି ଜିଲାପାଳ ରାଜେଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri