ବଡ଼ବିଲ ସବ୍‌ଜେଲ ୱାର୍ଡର ନିଲମ୍ବିତ

ବଡ଼ବିଲ,୫ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ସବ୍‌-ଜେଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ଘଟଣାରେ ଓ୍ବାର୍ଡର ତରୁଣ କୁମାର ପରିଡ଼ା ନିଲମ୍ବିତ ହୋଇଛନ୍ତି। ବାରିପଦା ସର୍କଲ ଜେଲ ବରିଷ୍ଠ ସୁପରିଣ୍ଟେଣ୍ଡେଣ୍ଟ ସୁଜିତ କୁମାର ରାଉଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ବନ୍ଦୀଙ୍କ ମୃତ୍ୟୁ ଘଟଣା ସେ ସମୟରେ ଚର୍ଚ୍ଚାର ବିଷୟ ହୋଇଥିଲା।

ସୂଚନାଥାଉକି, ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଅଗଷ୍ଟ ୨୦ ମଙ୍ଗଳବାର ତୁଷାରକାନ୍ତ ମଲ୍ଲିକ ଜେଲକୁ ଯାଇଥିଲେ। ପରଦିନ ତୁଷାରଙ୍କ ମୃତଦେହ ଜେଲ ମଧ୍ୟରୁ ଉଦ୍ଧାର କରାଯାଇଥିଲା। ତୁଷାର ବିଚାରାଧୀନ ବନ୍ଦୀ ଥିବା ବେଳେ ତାଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ନାନା ଚର୍ଚ୍ଚା ହୋଇଥିଲା। ମୃତ୍ୟୁକୁ ଆତ୍ମହତ୍ୟା ବୋଲି ଜେଲ କର୍ତ୍ତୃପକ୍ଷ ଜଣାଇଥିଲେ। ମାତ୍ର ତାହା ଆତ୍ମହତ୍ୟା କି ନୁହେଁ ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଜେଲ ୱାର୍ଡର ତରୁଣଙ୍କୁ ସର୍କଲ ଜେଲ ବରିଷ୍ଠ ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ କରିଛନ୍ତି। ଏ ନେଇ ଜେଲ ତରଫରୁ ଅଧିକ ତଦନ୍ତ ଜାରି ରହିଥିବା ବଡବିଲ ସବ୍‌ ଜେଲ ସୁପରିଣ୍ଟେଣ୍ଡେଣ୍ଟ ପୁନମ ପ୍ରଭା ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?