ଶିକ୍ଷକ ନିଯୁକ୍ତି ପରେ ଖୋଲିଲା ବଡ଼କମଣ୍ଡରା ସ୍କୁଲ ଫାଟକ

କେନ୍ଦୁଝର,୧୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତ ବଡ଼କମଣ୍ଡରା ସ୍କୁଲରେ ବର୍ଷାଧିକ ଧରି ଶିକ୍ଷକ ଅଭାବ ନେଇ ଚାଲିଥିବା ଆନ୍ଦୋଳନ ତୃତୀୟ ଦିନରେ ସ୍କୁଲ କମିଟି,ଅଭିଭାବକ, ହରିଚନ୍ଦନପୁର ଶିକ୍ଷା ବିଭାଗ ମଧ୍ୟରେ ଆପୋସ ଆଲୋଚନା ମାଧ୍ୟମରେ ସମାଧାନ ହୋଇଛି। ତେନ୍ତଳାପଶି ସିଆରସିସି ମାନସ ସେଠୀଙ୍କ ପ୍ରତିଶ୍ରୁତି ଅନୁଯାୟୀ ହରିଚନ୍ଦନପୁର ଏବିଇଓ ବିକଳ ଚରଣ ସାହୁ ବୁଧବାର ବିଦ୍ୟାଳୟରେ ପହଞ୍ଚିଥିଲେ। ପୂର୍ବଥର ସେ ତାଙ୍କ ଲିଖିତ ପ୍ରତିଶ୍ରୁତି ପାଳନ କରି ନ ଥିବାରୁ ଗ୍ରାମବାସୀ ବିରକ୍ତି ପ୍ରକାଶ କରିବା ସହିତ ୩ ଶିକ୍ଷକଙ୍କ ପାଇଁ ଜିଦ୍‌ ଧରି ବସିଥିଲେ। ବିକଳ ସାହୁ ପୂର୍ବ ଭୁଲ୍‌କୁ ସ୍ବୀକାର କରିବା ସହ ନୂତନ ଭାବେ ନିଯୁକ୍ତ ସ୍ମୃତିରଞ୍ଜନ ସେଠୀ ଆଉ ଜଣେ ଶିକ୍ଷକ ନ ଆସିବା ପର୍ଯ୍ୟନ୍ତ ସ୍କୁଲ ଛାଡ଼ିବେ ନାହିଁ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ସହିତ ନୂତନ ଶିକ୍ଷକ ନିଯୁକ୍ତି ହେଲେ ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦେବାକୁ କହିଥିଲେ। ପ୍ରତିଶ୍ରୁତି ପାଇବା ପରେ ଗ୍ରାମବାସୀ ସ୍କୁଲ ଫାଟକ ଖୋଲିଥିଲେ। ଫାଟକ ଖୋଲିବାରୁ ସ୍କୁଲରେ ଦୁଇ ଦିନ ଧରି ବନ୍ଦ ଥିବା ଶିକ୍ଷାଦାନ ଚାଲିବା ସହିତ,ମଧ୍ୟାହ୍ନଭୋଜନ ମଧ୍ୟ ଚାଲୁ ହୋଇଥିଲା।

ପ୍ରକାଶଥାଉ କି, ବଡ଼କମଣ୍ଡରା ସ୍କୁଲରେ ୫ଟି ଶ୍ରେଣୀରେ ୧୧୧ ଜଣ ଛାତ୍ରୀଛାତ୍ର ପଢୁଥିଲା ବେଳେ ବର୍ଷେରୁ ଅଧିକ ସମୟ ହେବ ଜଣେ ମାତ୍ର ଶିକ୍ଷୟିତ୍ରୀ ଥିବାରୁ ପାଠପଢ଼ା ସମ୍ପୂର୍ଣ୍ଣ ଠପ୍‌ ହେଇଯାଇଥିବା ଅଭିଯୋଗରେ ଗ୍ରାମବାସୀ ୨୮ ଦିନ ଭିତରେ ଦୁଇଦୁଇ ଥର ସ୍କୁଲ ଫାଟକରେ ତାଲା ମାରିଥିଲେ। ଦୁଇ ଜଣ ଶିକ୍ଷକରେ ସ୍କୁଲ ଚାଲିଥିବା ବେଳେ ୩ ଶିକ୍ଷକ ନ ମିଳିବାରୁ ଗ୍ରାମବାସୀ କ୍ଷୋଭ ପ୍ରକାଶ କରିବା ସହିତ ଅସନ୍ତୁଷ୍ଟ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri