ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ ପୂର୍ବରୁ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ସ୍ମୃତି ଉତ୍ସବ ଅନୁଷ୍ଠିତ ହୋଇଥିଲା। “ଉତ୍କଳ ପ୍ରଦେଶ ଗଠନରେ ତତ୍କାଳୀନ ବଡ଼ଖେମୁଣ୍ଡି ବର୍ତ୍ତମାନର ଦିଗପହଣ୍ଡିର ଅବଦାନ” ଶୀର୍ଷକ ଆଲୋଚନାଚକ୍ରରେ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ କମଳିନୀ ସାମନ୍ତରାୟ ଅଧ୍ୟକ୍ଷତା କରିଥିଲେ।
ମୁଖ୍ୟ ଆଲୋଚକ ରୂପେ ଇତିହାସ ଗବେଷକ ଡ଼. ଅନନ୍ତରାମ କର କୌଣ୍ଡିନ୍ୟ ଯୋଗ ଦେଇ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଭୂମିକା ସମ୍ପର୍କରେ ତଥ୍ୟ ଭିତ୍ତିକ ଉଦବୋଧନ ଦେଇଥିଲେ। ଉତ୍କଳ ସ୍ବାଭିମାନ ମଞ୍ଚର ଦକ୍ଷିଣାଞ୍ଚଳ ପ୍ରମୁଖ ତଥା ଶିକ୍ଷାବିତ ମୃତୁଞ୍ଜୟ ମିଶ୍ର ମୁଖ୍ୟଅତିଥି ରୂପେ ଯୋଗ ଦେଇ ଓଡିଶା ପ୍ରଦେଶ ଗଠନର ଇତିହାସ ସମ୍ପର୍କରେ ଗଭୀର ଆଲୋଚନା କରିଥିଲେ। ଅନ୍ୟତମ ଅତିଥି ରୂପେ କବିସୂର୍ଯ୍ୟ ସ୍ମୁତି ପରିଷଦର ସମ୍ପାଦକ ତଥା ଆଇନଜୀବୀ କୁରେଶୁ ପଣ୍ଡା ଯୋଗଦେଇ ଉତ୍କଳୀୟ ସଂସ୍କୃତିର ମହାନତା ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଖେମୁଣ୍ଡି ଇତିହାସବିତ୍‌ ଡ଼. ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶେଷରେ ଉତ୍କଳ ପ୍ରଦେଶ ଗଠନର ଇତିହାସ ଏବଂ ଉତ୍କଳୀୟ ମହାପୁରୁଷଙ୍କ ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସହକାରୀ ଶିକ୍ଷୟିତ୍ରୀ ମମତା ଦେବୀ, ସୁନୀତା ମହାଙ୍କୁଡ଼,ତୃପ୍ତି କୁମାରୀ ସାମଲ,ଶିବାନୀ ସାହୁ, ଶିକ୍ଷକ ସୁନୀଲ ମହାନ୍ତି, ସିମାଞ୍ଚଳ ରେଡ୍ଡୀ, ଲୋକନାଥ ସେଠୀ, ୟୁ.ଗୋପାଳ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri