Posted inଜାତୀୟ

୯୪ ବର୍ଷରେ ପ୍ରାର୍ଥିପତ୍ର ଦାଖଲ କଲେ ବାଦଲ

ଚଣ୍ଡିଗଡ଼,୧।୨: ଫେବୃୟାରୀ ୨୦ରେ ଅନୁ୍‌ଷ୍ଠିତ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲ ସୋମବାର ଲାମ୍ବି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାରେ ୯୪ ବର୍ଷୀୟ ବାଦଲ ଦେଶର ସବୁଠୁ ବୟସ୍କ ବ୍ୟକ୍ତି। ୫ ଥର ମୁଖ୍ୟମନ୍ତ୍ରୀ ଥିବା ବାଦଲ ମୁକ୍ତସାର ଜିଲାର ମାଲୌଟ୍‌ ରିଟର୍ନିଂ ଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌. ଅଚ୍ୟୁତାନନ୍ଦନ ୯୨ ବର୍ଷରେ ୨୦୧୬ ବିଧାନସଭା ନିର୍ବାଚନ ଲଢ଼ିଥିବାବେଳେ ବାଦଲ ତାଙ୍କ ରେକର୍ଡକୁ ଭାଙ୍ଗିଛନ୍ତି। ସେ ୧୯୯୭ରୁ ୧୧ ଥର ବିଧାନସଭାକୁ ନିର୍ବାଚିତ ହେଲେଣି। ଅନ୍ୟପକ୍ଷରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂ ସୋମବାର ପଟିଆଲା ଅର୍ବାନ ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ଭାଜପା ପଞ୍ଜାବ ପ୍ରଦେଶ ନିର୍ବାଚନ ପ୍ରଭାରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri