ପ୍ରଶଂସା ସାଉଁଟିଛନ୍ତି ବଡ଼ପାଟଣା ସରପଞ୍ଚ, ବିରାଟ ଶୋଭାଯାତ୍ରାରେ ପଞ୍ଚାୟତବାସୀ ନେଇ…

ପାଟଣା,୨୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୭୯ତମ ସ୍ବାଧୀନତା ଦିବସ ପରେଡ୍‌ରେ ପଞ୍ଚାୟତିରାଜ ସଦସ୍ୟ ଭାବେ ସତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇ ବେଶ୍‌ ପ୍ରଶଂସା ସାଉଁଟିଛନ୍ତି। ଏଥି ପାଇଁ ତାଙ୍କୁ ଆଜି ବୁଧବାର ପଞ୍ଚାୟତବାସୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ପାଟଣା ବ୍ଲକ ମୁଖ୍ୟାଳୟ ବ୍ଲକ ଛକଠାରୁ ତାଙ୍କୁ ବିରାଟ ଶୋଭାଯାତ୍ରାରେ ପଞ୍ଚାୟତ କାର୍ଯ୍ୟାଳୟକୁ ପାଛୋଟି ନିଆଯାଇଥିଲା। ଏହାପରେ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ଶ୍ରୀମତୀ ବାନାରା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ନାଗରିକ ମଞ୍ଚ ତରଫରୁ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସଭା ଶିକ୍ଷାବିତ୍‌ ପାର୍ଥସାରଥି ବେଜଙ୍କ ସଂଯୋଜନାରେ ଅନୁଷ୍ଠିତ ସାଗତ ସମ୍ବର୍ଦ୍ଧନା ସଭାରେ ସାମାଜିକ କର୍ମୀ ଅଜୟ କୁମାର ଦାଶ, ଅବସରପ୍ରାପ୍ତ ଶିକ୍ଷକ ସନାତନ ଦାଶ, ଯୁବ ନେତା ବିଜୟରତ୍ନ ପତି, ସାମାଜିକ କର୍ମୀ ବୀରେନ୍ଦ୍ର ଦାଶ, ପାଟଣା ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ, ନାଏବ ସରପଞ୍ଚ ଗୌତମ ସେଠୀ, ସାମାଜିକ କର୍ମୀ ପ୍ରଶାନ୍ତ ଭଞ୍ଜ ପ୍ରମୁଖ ମଞ୍ଚାସୀନ ରହି ଶ୍ରୀମତୀ ବାନାରାଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେ ବଡ଼ପାଟଣା ମାଟିର ଗର୍ବ ଓ ଗୌରବ ବୃଦ୍ଧି କରିଛନ୍ତି ବୋଲି କହିଥିଲେ। ଯୁବ ନେତା ସୁମିତ କୁମାର ପତି, ସନ୍ତୋଷ ତ୍ରିପାଠୀ, ପ୍ରୀତମ ପଣ୍ଡା, ପ୍ରକାଶ ସେଠୀ, ସାମାଜିକ କର୍ମୀ ଅଜିତ କୁମାର ଦାଶ, ରାଜବଲ୍ଲଭ ମିଶ୍ର, ବୀର ମହାନ୍ତ, ଦେବାଶିଷ ମିଶ୍ର, ଭରତ ମହାନ୍ତ, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଭା ପରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri