ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ବଦଳିଲେ ବଡବିଲ ଥାନା ଅଧିକାରୀ

କେନ୍ଦୁଝର:୨।୨ (ସ୍ବ.ପ୍ର.): ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ବଡବିଲ ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁଙ୍କ ବଦଳି ହୋଇଛି। ସେ ଡବଲ ମର୍ଡର ଘଟଣାର ତଦନ୍ତକାରୀ ଅଧିକାରୀ ଥିଲେ। ରବିବାର ଡବଲ ମର୍ଡର ଘଟଣାର ଅଭିଯୁକ୍ତ ମିଲୁ ବାରିକଙ୍କୁ ଧରି ରୁଗୁଡି ଥାନାକୁ ଜେରା କରିବାକୁ ପୋଲିସ ଅଧିକାରୀ ନେଇଥିଲେ।  ସେଠାରେ ସେ ଅସୁସ୍ଥ ହେବାରୁ ଯୋଡା ଥାନା ଅନ୍ତର୍ଗତ ଟିସ୍କୋ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା।  ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଥିଲା। ତାଙ୍କୁ ପୋଲିସ ମାଡ ମାରି ହତ୍ୟା କରିଥିବା ନେଇ ପରିବାର ଲୋକ ଅଭିଯୋଗ କରିଥିଲେ।
ଅନ୍ୟପକ୍ଷେ, ମିଲୁ ଖସି ପଳାଉଥିବା ବେଳେ ପଡି ଆହତ ହୋଇଥିଲେ , ତେଣୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ନିଆଯାଉଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି ା ତାଙ୍କ ଗୋଡ ଓ ଦେହରେ ଥିବା ରକ୍ତାକ୍ତ ଦାଗ ପୋଲିସ ମାଡ ମାରିଥିବା ପ୍ରମାଣ ବୋଲି ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣା ଜାତୀୟ ମାନବାଧିକାର କମିଶନଧଙ୍କ ନିକଟରେ ପହଞ୍ଚିବା ପରେ ଏସପି କେନ୍ଦୁଝର ମିତ୍ରଭାନୁ ମହାପାତ୍ର ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ଜିଲା ଜଜ୍‌ଙ୍କୁ ନିବେଦନ କରିଥିଲେ। ଗୁରୁବାର କେନ୍ଦୁଝର ଏସପି ପୋଲିସ ଇନ୍ସପେକ୍ଟର (ଥାନା ଅଧିକାରୀ) ସ୍ତରରେ ଅଦଳବଦଳ କରିଥିବା ବେଳେ ବଡବିଲ ଥାନା ଅଧିକାରୀଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ କେନ୍ଦୁଝର ଟାଉନ ଥାନା ଅଧିକାରିଣୀ ପ୍ରମୋଦିନି ସାହୁଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ସଦର ଥାନା ଅଧିକାରୀ ସୁନିଲ କରଙ୍କ ବଦଳି ଟାଉନ ଥାନାକୁ ହୋଇଥିବା ବେଳେ ଆନନ୍ଦପୁର ଥାନା ଅଧିକାରୀ ସୁଶାନ୍ତ ଦାସଙ୍କ ବଦଳି ସଦର ଥାନାକୁ ହୋଇଛି। ହରିଚନ୍ଦନପୁର ଥାନା ଅଧିକାରୀ ଦେବକୀ ନାଏକଧଙ୍କ ବଦଳି ଆନନ୍ଦପୁର ଥାନାକୁ ହୋଇଥିବା ବେଳେ ମୁଖ୍ୟାଳୟରେ ଥିବା ପ୍ରଫୁଲ ବାର୍ଲାଙ୍କ ବଦଳି ହରିଚନ୍ଦନପୁର ଥାନାକୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri