ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର ଏଏସ୍‌ଆଇ ଅରୂପାନନ୍ଦ ଦାସଙ୍କୁ ମାଡ଼ି ବସିଛି ଭିଜିଲାନ୍ସର ସ୍ବତନ୍ତ୍ର ଟିମ।

ସୂଚନା ମୁତାବକ, ରାସ୍ତା ପାର୍ଶ୍ୱରେ ଥିବା ଏକ ଢାବା ବ୍ୟବସାୟୀଙ୍କୁ ଏକ ମାମଲାରେ ସାହାଯ୍ୟ କରିବା ସହ ବ୍ୟବସାୟ ସୁରୁଖୁରୁରେ ଚଳାଇବାକୁ ସୁଯୋଗ ଦେବା ପାଇଁ ଏଏସଆଇ ଦାସ ଲାଞ୍ଚ ଦାବି କରିଥିଲେ। ଲାଞ୍ଚ ନ ଦେଲେ ଗିରଫ କରାଯିବ ବୋଲି ସେ ବ୍ୟବସାୟୀଙ୍କୁ ଭୟଭୀତ କରିଥିଲେ। ବ୍ୟବସାୟୀଙ୍କଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଥିଲା।

କେବଳ ଲାଞ୍ଚ ମାମଲା ନୁହେଁ, ଏଏସ୍‌ଆଇ ଅରୂପାନନ୍ଦଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏବେ ତନାଘନା ଜାରି ରଖିଛି। ତାଙ୍କର ସରକାରୀ ବାସଭବନ ସମେତ ମୋଟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଖବର ଲେଖା ହେବା ସୁଦ୍ଧା ତାଙ୍କର ସମ୍ପତ୍ତିର ଆକଳନ ଜାରି ରହିଛି।

ଏକ ପୁରୁଣା ମାମଲାରେ ରଫାଦଫା କରିବା ପାଇଁ ଏଏସଆଇ ଜଣକ ବ୍ୟବସାୟୀଙ୍କ ସହ ଡିଲ କରିଥିଲେ। ମାତ୍ର ବ୍ୟବସାୟୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ବର୍ତ୍ତମାନ ଭିଜିଲାନ୍ସ ପକ୍ଷରୁ ଅରୂପାନନ୍ଦଙ୍କୁ ଅଟକ ରଖି ଅଧିକ ପଚରାଉଚରା କରାଯାଉଛି। ପୋଲିସ ବିଭାଗରେ ଥାଇ ଜଣେ ବ୍ୟବସାୟୀଙ୍କୁ ମିଥ୍ୟା ଭୟ ଦେଖାଇ ଟଙ୍କା ଆଦାୟ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?