Posted inଖେଳ

ବ୍ୟାଡ୍‌ମିଣ୍ଟନ, ଆଥଲେଟିକ୍ସ ଦଳ ଚାଇନା ଗଲା

ଭୁବନେଶ୍ୱର, ୨୭।୭(ତପନ ସ୍ବାଇଁ): ଓ୍ବାଲର୍‌ଡ ୟୁନୁଭର୍ସିଟି ଗେମ୍ସରେ ଅଂଶଗ୍ରହଣ କରିବାପାଇଁ ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳି ଓ ଆଥଲେଟିକ୍ସ ହାଇପରଫର୍ମାନ୍ସ ସେଣ୍ଟରର ଆଥଲେଟ୍‌ମାନେ ବୁଧବାର ଚାଇନାର ଚେଙ୍ଗଡୁ ଯାତ୍ରା କରିଛନ୍ତି। ଓଡ଼ିଶା ବ୍ୟାଡ୍‌ମିଣ୍ଟନର ଦୁଇ ଚର୍ଚ୍ଚିତ ଭଗୀନି ଋତପର୍ଣ୍ଣା ଓ ଶ୍ୱେତପର୍ଣ୍ଣା ପଣ୍ଡାଙ୍କ ସମେତ ରାଜ୍ୟ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନା ଓ କୈଳାସ ଚନ୍ଦ୍ର ଦାସ ଏବଂ କୋଚ୍‌ମାନେ ଆଥଲେଟ୍‌ଙ୍କ ସହ ଯାଇଛନ୍ତି। ”ଓଡ଼ିଶା ସରକାର କ୍ରୀଡ଼ା ଏବଂ କ୍ରୀଡ଼ାବିତ୍‌ଙ୍କ ଉନ୍ନତି ପାଇଁ ଆଗଭର ଅଛନ୍ତି। ଏଥର ମଧ୍ୟ ଓଡ଼ିଶା ପ୍ରତିନିଧି ଦଳକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆ ଯାଇଛି। ସେମାନେ ଚାଇନାରେ ଶ୍ରେଷ୍ଠ ପ୍ରଦର୍ଶନ କରିବା ଆଶା ରହିଛି“ ବୋଲି ଓଡ଼ିଶା ଦଳର ଚାଇନା ଯାତ୍ରା ପୂର୍ବରୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ କୈଳାସ ଚନ୍ଦ୍ର ଦାସ ପ୍ରକାଶ କରିଛନ୍ତି। ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନା ମଧ୍ୟ ଖୁସିବ୍ୟକ୍ତ କରିଛନ୍ତି।

”ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଭାଗ ନେବାପାଇଁ ଓଡ଼ିଶା ଆଥଲେଟ୍‌ମାନେ ଯୋଗ୍ୟତା ଅର୍ଜନ କରିଥିବାରୁ ମୁଁ ବହୁତ ଖୁସି। ମୁଁ ସେମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସୁଯୋଗର ସଦ୍‌ବ୍ୟବହାର ପାଇଁ ଶୁଭେଚ୍ଛା ଜ୍ଞାପନ କରୁଛି। କିଟ୍‌, ସମ୍ବଲପୁର ଓ ଉତ୍କଳ ବିଶ୍ୱବିଦ୍ୟାଳୟର ଆଥଲେଟ୍‌ମାନେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ପାଇଁ ବଡ଼ ପ୍ଲାଟଫର୍ମ ପାଇଛନ୍ତି“ ବୋଲି ଶୈଳେନ୍ଦ୍ର କହିଛନ୍ତି। ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ୪୬ଟି ଦେଶର ୫୬୦ରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟ ଦଳ ଅଂଶଗ୍ରହଣ କରୁଛନ୍ତି। ଓଡ଼ିଶା ଦଳରେ କିଟ୍‌ର ୧୪, ସମ୍ବଲପୁରର ୩ ଓ ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଆଥଲେଟ୍‌ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri