Posted inଖେଳ

ବ୍ୟାଡ୍‌ମିଣ୍ଟନ ଖେଳାଳି ସିକ୍କି ରେଡ୍ଡୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୧୪ା୮ (ପି.ଟି.)-ବିଶିଷ୍ଟ ମହିଳା ଡବଲ୍ସ ବ୍ୟାଡ୍‌ମିଣ୍ଟନ ଖେଳାଳି ଏନ୍‌. ସିକ୍କି ରେଡ୍ଡୀ ଏବଂ ତାଙ୍କ ଫିଜିଓଥେରାପିଷ୍ଟ କିରନ ସି’ଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଛି। ହାଇଦ୍ରାବାଦସ୍ଥିତ ପୁଲେଲା ଗୋପୀଚାନ୍ଦ ବ୍ୟାଡ୍‌ମିଣ୍ଟନ ଏକାଡେମୀରେ ନ୍ୟାଶନାଲ କ୍ୟାମ୍ପ ଅବସରରେ ସମସ୍ତ ଖେଳାଳି, କୋଚ୍‌, ସପୋର୍ଟ ଷ୍ଟାଫ୍‌ ଓ ପ୍ରଶାସନିକ କର୍ମଚାରୀଙ୍କର କରୋନା ଭାଇରସ୍‌ ଟେଷ୍ଟ ହୋଇଥିଲା। ଫଳାଫଳ ପଜିଟିଭ ଆସିବା ପରେ ଏକାଡେମୀରେ ସାନିଟାଇଜେଶ୍ଠନ କରାଯାଇଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ଗୁରୁବାର ଏ ବିଷୟରେ ସୂଚନା ଦିଆଯାଇଛି। ଉଭୟ ସିକ୍କି ଓ କିରନ ହାଇଦ୍ରାବାଦରୁ ଆସି ନ୍ୟଶନାଲ କ୍ୟାମ୍ପରେ ଯୋଗ ଦେଇଥିଲେ। ଟେଷ୍ଟ ପୂର୍ବରୁ ସେମାନଙ୍କ ନିକଟରେ କିନ୍ତୁ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ସାନିଟାଇଜେଶନ ପାଇଁ ଏକାଡେମୀକୁ ବର୍ତ୍ତମାନ ବନ୍ଦ ରଖାଯାଇଛି। ସିକ୍କି ଓ କିରନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଥିଲେ ସେମାନଙ୍କର ପୁଣି ଆରଟି ପିସିଆର୍‌ ଟେଷ୍ଟ ହେବ। ବ୍ୟାଡ୍‌ମିଣ୍ଟନ କ୍ୟାମ୍ପରେ ଅଂଶଗ୍ରହଣ ପାଇଁ ରିଓ ଗେମ୍ସ ରୌପ୍ୟ ବିଜୟିନୀ ଓ ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁଙ୍କ ସମେତ ୮ଜଣ ଅଲିମ୍ପିକ ଆଶାୟୀଙ୍କୁ ସାଇ ଅନୁମତି ଦେଇଛି। ଏଥିପାଇଁ ଅଗଷ୍ଟ ୧ରେ ତେଲେଙ୍ଗାନା ସରକାରଙ୍କଠାରୁ ଅନୁମତି ଆଣିବାକୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri