ବ୍ୟାାଡ୍‌ମିଣ୍ଟନ ଟୁର୍ନାମେଣ୍ଟ: ଯଶୋବନ୍ତ-ଅଜୟଙ୍କୁ ଟାଇଟଲ୍‌

ଭବାନୀପାଟଣା,୧।୧(ଡି.ଏନ୍‌.ଏ.): ଭବାନୀପାଟଣା ଦର୍ପଣ ସାଗରପଡ଼ାରେ ଚାଲିଥିବା ନିତ୍ୟାନନ୍ଦ ମହାପାତ୍ର ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ। ପ୍ରତ୍ୟେକ ଦଳ ୩ଟି ଲେଖାଏଁ ମ୍ୟାଚ ଖେଳିଥିଲେ। ସେମାନଙ୍କ ମଧ୍ୟରୁ ଫାଇନାଲରେ ଅଜୟ ନାଗ ଓ ଯଶୋବନ୍ତ ଧଙ୍ଗଡାମାଝିଙ୍କ ଯୋଡି ଏବଂ ଦିନେଶ ମହାପାତ୍ର-ଜଗମୋହନ ମହାପାତ୍ରଙ୍କ ମଧ୍ୟରେ ଖେଳାଯାଇଥିଲା। ଫାଇନାଲ ମ୍ୟାଚ ୩ ରାଉଣ୍ଡ ହୋଇଥିଲା। ଯଶୋବନ୍ତ ଓ ଅଜୟ ୨ଟି ରାଉଣ୍ଡ ଜିତି ଟୁର୍ନାମେଣ୍ଟର ଟାଇଟଲ ହାସଲ କରିଥିବା ବେଳେ ଦିନେଶ ଓ ଜଗମୋହନ ଗୋଟିଏ ରାଉଣ୍ଡ ଜିତି ରର୍ନ୍‌ସଅପ ହୋଇଥିଲେ। ଟୁର୍ନାମେଣ୍ଟର ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁଶାନ୍ତ ମହାପାତ୍ର ଯୋଗ ଦେଇଥିବା ବେଳେ ପ୍ରଶାନ୍ତ ମହାପାତ୍ର, ସଚିକାନ୍ତ ମହାପାତ୍ର ଅତିଥି ଭାବେ ଯୋଗଦେଇ ବିଜେତା ଏବଂ ରର୍ନ୍‌ସଅପ ଦଳକୁ ଟ୍ରଫି ସହ ନଗଦ ରାଶି ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟ ଆୟୋଜନରେ ଜୟଦେବ ମହାପାତ୍ର, ପ୍ରୀତେଶ ମହାପାତ୍ର, ରାକେଶ କୁମାର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri