ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଛନ୍ତି।

ମନମୋହନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ।

ସେ କହିଥିଲେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ, ୨ ରାଜ୍ୟ ସଭା ଏମ୍‌ପି ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।

ନିକଟରେ ରାଜ୍ୟ ସଭା ଏମ୍‌ପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟ ସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସମାନ ଉପହାର ଦେଇପାରେ।

ଦୀର୍ଘ ୨୫ ବର୍ଷ ଶାସନରେ ରହିବା ପରେ ବିଜୁ ଜନତା ଦଳ(ବିଜେଡି) ପ୍ରଥମଥର ପାଇଁ କ୍ଷମତାଚ୍ୟୁତ ହୋଇଛି। ନିର୍ବାଚନ ସମୟରେ ଅନେକ ନେତା ଟିକେଟ ନ ପାଇ ଦଳଛାଡି ଭାଜପାରେ ମିଶିଥିଲେ। ଏଥିରେ ସମୀର ଦାଶଙ୍କ ପରି ବହୁ ବରିଷ୍ଠ ନେତା ଥିଲେ। ତେବେ ନିର୍ବାଚନରେ ପରାଜୟ ପରେ ଦଳ ଭିତରେ ଅନ୍ତଃକନ୍ଦଳ ବଢୁଥିବା ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଭାଜପା ମୁଖ୍ୟ ମନମୋହନଙ୍କ ଏପରି ବୟାନ ରାଜ୍ୟ ରାଜନୀତିରେ ହଲ୍‌ଚଲ୍‌ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri