ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ ଲଢ଼ିବେ କି ନାହିଁ ଏକ ପ୍ରଶ୍ନରେ ବଦ୍ରି କହିଛନ୍ତି ଯେ ସେହି ସମୟ ଆସିଲେ ଲଢ଼ିବେ କି ନ ଲଢ଼ିବେ ସେ ନେଇ ନିଷ୍ପତ୍ତି ନେବେ।
ନିକଟରେ ଶେଷ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ୪ ଜଣ ଯୁବ ଚେହେରାଙ୍କୁ ସାମିଲ କରିଛନ୍ତି। ପୂର୍ବତନ ଏମ୍‌ପି ତଥା ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟଶାଣୀ, ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ଇଚ୍ଛା କରୁଥିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ତେବେ ନବୀନ ଚଳିତ ଥର କେବଳ ଯୁବ ଚେହେରାକୁ ରାଜ୍ୟସଭା ପଠାଇଛନ୍ତି। ଆସନ୍ତା ନିର୍ବାଚନରେ ନବୀନ ପୁରୁଣା ଚେହେରା ବଦଳରେ ବହୁ ଯୁବ ଚେହେରାଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri