ବଗପାଟିଆ: ପାଣିରେ ବୁଡ଼ି ୫ ଶିଶୁଙ୍କ ଜୀବନ ଗଲାଣି

ରାଜନଗର,୧୧ା୫(ଡି.ଏନ୍‌.ଏ.): ବଙ୍ଗୋପସାଗର ତଟବର୍ତ୍ତୀ ଅଭିଶପ୍ତ ସାତଭାୟାବାସୀ ୭୦ ଦଶକ ପରଠାରୁ ସାମୁଦ୍ରିକ ଝଡ଼ ଏବଂ ସମୁଦ୍ର ଢେଉରେ ସେମାନଙ୍କ ଭିଟାମାଟି ହରାଇଥିଲେ। ଜୀବନ ଜୀବିକାକୁ ନେଇ ସାତଭାୟାବାସୀ ଭିଟାମାଟିର ମୋହକୁ ତୁଟାଇ ନୂଆ ଠିକଣା ବଗପାଟିଆଠାରେ ବସତି ସ୍ଥାପନ କରିଛନ୍ତି। ୨୦୧୧ରୁ ବଗପାଟିଆଠାରେ ଆରମ୍ଭ ହୋଇଥିବା ସାତଭାୟାବାସୀଙ୍କ ଥଇଥାନ ପ୍ରକ୍ରିୟା ୨୦୧୯ରେ ଶେଷ ହୋଇଥିଲା। ୨୦୧୯ ଏପ୍ରିଲ ୨୦ରେ ସାତଭାୟାବାସୀଙ୍କ ଆରାଧ୍ୟା ଦେବୀ ମା’ ପଞ୍ଚୁବରାହୀଙ୍କୁ ବଗପାଟିଆକୁ ସ୍ଥାନାନ୍ତର କରାଯାଇଥିଲା। ପରେ ସାତଭାୟାର ୫୭୧ ପରିବାର ବଗପାଟିଆଠାରେ ନୂଆ ଜୀବନ ଆରମ୍ଭ କରିଛନ୍ତି। ନିକଟ ଅତୀତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବଗପାଟିଆ ଥଇଥାନ ସ୍ଥଳ ପରିଦର୍ଶନ କରି କେବଳ ରାଜ୍ୟରେ ନୁହେଁ, ସମଗ୍ର ଦେଶରେ ଜଳବାୟୁ ପରିବର୍ତ୍ତନ ପରବର୍ତ୍ତୀ ଥଇଥାନ ସ୍ଥଳ ବଗପାଟିଆକୁ ମଡେଲ ଭିଲେଜରେ ପରିଣତ କରିବାକୁ ୨୨ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। କିନ୍ତୁ ଅଭିଶପ୍ତ ସାତଭାୟାବାସୀଙ୍କୁ ସେମାନଙ୍କ ନୂଆ ଠିକଣା ଏବେବି ଅଭିଶପ୍ତରେ ପରିଣତ କରିଚାଲିଛି। ୨୦୨୨ ଡିସେମ୍ବର ୨୩ରେ ବଡ଼ଦିନ ଛୁଟିରେ ମସ୍‌ଗୁଲ ଥିବା ବଗପାଟିଆର ୩ ଜଣ ଛାତ୍ର ବିଶାଲ, ସନ୍ଦୀପ ଓ ବ୍ରିବେନ ଗଁା ପାଖ ପୋଖରୀକୁ ଗାଧୋଇବାକୁ ଆସି ପାଣିରେ ବୁଡ଼ିଯାଇ ଜଳସମାଧି ନେଇଥିଲେ। ଏ ଘଟଣା ସେତେବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଥିଲା। ୩ ନିଷ୍ପାପ ଶିଶୁଙ୍କର ଅକାଳ ବିୟୋଗରେ ତାଙ୍କ ମା’ମାନଙ୍କ ଆଖିରୁ ଲୁହ ଶୁଖି ନ ଥିବା ବେଳେ ଗତମାସ ୨୧ ତାରିଖରେ ଏହି ବଗପାଟିଆ ଗ୍ରାମର ଦଶମ ଶ୍ରେଣୀ ଛାତ୍ରୀ ସ୍ମୃତିରେଖା ପୋଖରୀରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ୨୦୨୧ରେ ମଧ୍ୟ ଏହି ଗଁାର ଜଣେ ଛାତ୍ର ପୋଖରୀରେ ବୁଡ଼ି ପ୍ରାଣ ହରାଇଥିଲେ। ସାତଭାୟାବାସୀ ବଗପାଟିଆରେ ସେମାନଙ୍କ ଆରାଧ୍ୟା ଦେବୀ ମା’ ପଞ୍ଚୁବରାହୀଙ୍କୁ ନୂତନ ମନ୍ଦିରରେ ସ୍ଥାପନ କରାଇ ପୂଜା କରୁଥିବା ବେଳେ ନିଷ୍ପାପ ୫ ଶିଶୁଙ୍କର ପାଣିରେ ବୁଡ଼ି ମରିବା ଘଟଣା ସେମାନଙ୍କ ଆଖିରୁ ନିଦ ହଜାଇ ଦେଇଛି। ସେମାନେ ଆଶଙ୍କା ଭିତରେ ରହି ଦିନ ଗଣୁଛନ୍ତି। ତାଙ୍କ ବାପ, ଅଜାମାନେ ୧୯୭୧ ମସିହା ସାମୁଦ୍ରିକ ଝଡ଼ରେ ହଜାର ହଜାର ସଂଖ୍ୟାରେ ମୃତ୍ୟୁବରଣ କରିଥିବା ବେଳେ ସେଦିନର ଦୁଃଖଦ ଘଟଣା ଏବେ ବି ସାତଭାୟାର ଶତାୟୁ ମଣିଷଙ୍କ ମନରେ ଆଙ୍କି ହୋଇ ରହିଛି। ଏବେ ସେମାନଙ୍କ ନୂଆ ଠିକଣାରେ ଶିଶୁମାନଙ୍କର ଅକାଳ ବିୟୋଗ ସେମାନଙ୍କ ମାନସିକ ଭାରସାମ୍ୟକୁ ଦୋହଲାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri