ବାଘୁଣୀ ସାରା ଅସୁସ୍ଥ

ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି। ଏହି ଖବରପାଇ ଡାକ୍ତର ସାରାର ଚିକିତ୍ସା ଆରମ୍ଭ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା ଜଣାପଡ଼ିଛି। ସାରା ଗୋଟିଏ ସ୍ଥାନରେ ପଡ଼ି ରହିଛି। ଗତ କିଛିଦିନ ହେବ ବାଘ ନନ୍ଦନ ମଧ୍ୟ ଅସୁସ୍ଥ ହୋଇ ଚିକିତ୍ସା ହେଉଥିଲେ ମଧ୍ୟ ତା’ ସ୍ବାସ୍ଥ୍ୟରେ ଉନ୍ନତି ହୋଇପାରିନାହିଁ। ଏହାପରେ ସାରା ଅସୁସ୍ଥ ହେବା ଘଟଣା ପ୍ରାଣୀ ବିଭାଗ ଓ ଡାକ୍ତରଙ୍କ ଚିନ୍ତା ବଢାଇ ଦେଇଛି। ସାରା ୨୦୦୯ ଏପ୍ରିଲ ୧୮ରେ ହାଇଦ୍ରାବାଦରୁ ନନ୍ଦନକାନନକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି...

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ...

ମୁଖ୍ୟମନ୍ତ୍ରୀଙ୍କ ବଦଳରେ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ, ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର): ଜନସାଧାରଣ ନିଜର ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଓଡ଼ିଶାରେ ନବୀନବାବୁ ସରକାର ଚଳାଉନାହାନ୍ତି ବରଂ ତାଙ୍କ ସହଯୋଗୀ...

ବିଜେଡିରେ ଯୋଗଦେଲେ ଶତାଧିକ ଭାଜପା,କଂଗ୍ରେସ ନେତା

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର...

ବିଜୁ ମହିଳା ଜନତା ଦଳ ଉପସଭାନେତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-ବିଜୁ ମହିଳା ଜନତା ଦଳର ଉପ ସଭାନେତ୍ରୀ ତଥା ସମ୍ବଲପୁର ଓ ଦେବଗଡ଼ ଜିଲାର ପର୍ଯ୍ୟବେକ୍ଷକ ମିନତି ଦେବତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ...

କଂଗ୍ରେସରୁ ସୁର ବିଦା, ମନ୍ମଥଙ୍କୁ ଫାଇଦା! କେମିତି ଜାଣନ୍ତୁ…

ଭୁବନେଶ୍ୱର,୧୬।୪: ପୁଣି ଚର୍ଚ୍ଚାରେ ବରିଷ୍ଠ ରାଜନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଦଳବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ...

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri