ବଗଲା ଧର୍ମଶାଳା ଜମି ବିକ୍ରି ଘଟଣା : ଆବେଦନକାରୀଙ୍କ ପକ୍ଷରୁ ମିସ୍‌କେସ୍‌ ଦାଖଲ

କଟକ ଅଫିସ,୧୧। ୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ବିବାଦକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲା ବିଚାରାଧୀନ ଥିବାବେଳେ ଏଥିରେ ସଂଶୋଧନ ଦର୍ଶାଇ ଆବେଦନକାରୀ ତଥା ସାମାଜିକ କର୍ମୀ ଜଗନ୍ନାଥ ବସ୍ତିଆ ଶନିବାର ଏକ ମିସ୍‌କେସ୍‌ ଦାଖଲ କରିଛନ୍ତି। ବଗଲା ଧର୍ମଶାଳା ଜମି ସାବକ ରେକର୍ଡ ଅନୁଯାୟୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଅଟେ। ଅମୃତ ମଣୋହୀ ସମ୍ପତ୍ତିକୁ ବିକ୍ରି କରିବାର କ୍ଷମତା ଜିଲାପାଳଙ୍କର ନାହିଁ। ଏହି ବେଆଇନ ବିକ୍ରି ଯୋଗୁ ମହାପ୍ରଭୁଙ୍କର ୫କୋଟି ଟଙ୍କାର ଭୂରାଜସ୍ବ କ୍ଷତି ହୋଇଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ପୁରୀ ତହସିଲଦାରଙ୍କ ଦ୍ୱାରା ଜମି ମାଲିକାନା ରେକର୍ଡ ସଂଶୋଧନ, ମ୍ୟୁଟେଶନ ଏବଂ ୬ଜଣ ଲଜିଂ ମାଲିକଙ୍କୁ ଜମିପଟ୍ଟା ପ୍ରଦାନ ସମ୍ପୂର୍ଣ୍ଣ ବେଆଇନ ବୋଲି ସେ ଏଥିରେ ଉଲ୍ଲେଖ କରିଛନ୍ତି। ମାଟିତୋଟା ମୌଜାରେ ପ୍ରସାଦ ଯୋଜନାରେ ଧର୍ମଶାଳା ନିର୍ମାଣ ନିମନ୍ତେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଆବଣ୍ଟନ କରିଥିବା ୨ ଏକର ଜମି ପର୍ଯ୍ୟଟକ ଓ ତୀର୍ଥଯାତ୍ରୀଙ୍କ ପାଇଁ ଆଦୌ ଉପଯୁକ୍ତ ନୁହେଁ ବୋଲି ଦର୍ଶାଇ ଆବେଦନକାରୀ ବସ୍ତିଆ କୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆବଶ୍ୟକ ଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟରେ ଦାଖଲ କରାଯାଇଛି ବୋଲି ଆବେଦନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri