ପୁରୀ ଅଫିସ,୧୯ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବ୍ୟବସାୟ ପ୍ରତିଷ୍ଠାନ ହରାଇଥିବା କ୍ଷତିଗ୍ରସ୍ତଙ୍କୁ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜିଂ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ଜିଲା ସବ୍ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଏନେଇ ୬ଟି ବିକ୍ରି କବଲା କରାଯାଇଥିବା ଜଣାପଡିଛି। ତେବେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ବିଚାରାଧୀନ ଥିବାବେଳେ ଧର୍ମଶାଳାର କିଛି ଅଂଶ କିପରି ବିକ୍ରି କରାଗଲା ସେନେଇ ଅନେକ ଭକ୍ତ ଓ ବୁଦ୍ଧିଜୀବୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅନ୍ୟପକ୍ଷରେ ସରକାରଙ୍କ ପ୍ରତିଶ୍ରୁତି ବାସ୍ତବତାର ରୂପ ନେଇଛି ବୋଲି ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି।
ବଡ଼ଦାଣ୍ଡକୁ ଲାଗି ବଳଗଣ୍ଡି ମୌଜାର ଖାତା ନଂ. ୨୪୨ରେ ରହିଛି ବଗଲା ଧର୍ମଶାଳା। ୫ଟି ପ୍ଲଟରେ ୨ ଏକର ୫୭୪ ଡେସିମିଲ ଜମି ରହିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥଯାତ୍ରୀଙ୍କ ନିମନ୍ତେ ବାବୁ କହ୍ନେୟାଲାଲ ବଗଲା ନାମକ ଜଣେ ବ୍ୟକ୍ତି ୧୮୯୯ରେ ଏହି ଜମି ବଙ୍ଗଳା ସରକାରଙ୍କଠାରୁ କିଣି ସେଠାରେ ଏକ ଧର୍ମଶାଳା ନିର୍ମାଣ କରିଥିଲେ। ୧୯୦୫ରେ ଏହି ଜମି ସମେତ ଧର୍ମଶାଳାକୁ ତତ୍କାଳୀନ ପୁରୀ ଜିଲାପାଳ ତଥା ଲଜିଂ ହାଉସ୍ ଫଣ୍ଡ ସଭାପତିଙ୍କୁ ଦାନ ଆକାରରେ ହସ୍ତାନ୍ତର କରିଥିଲେ। ପୁରୀ ଆସୁଥିବା ଗରିବ ଓ ମଧ୍ୟବିତ୍ତ ବ୍ୟକ୍ତିମାନେ ଖୁବ୍ କମ୍ ଟଙ୍କା କୋଠରି ଭଡ଼ା ଦେଇ ଏଠାରେ ରହିପାରୁଥିଲେ। ହେଲେ ଧର୍ମଶାଳାର ଦୁଇଟି କୋଠା ମଧ୍ୟରୁ ପୁରୁଣା କୋଠାକୁ ପୁନଃ ନିର୍ମାଣ ପାଇଁ ୩ବର୍ଷ ତଳେ ପ୍ରଶାସନ ଭାଙ୍ଗି ଦେଇଥିଲା। ସେଠାରେ ଶ୍ରୀଜଗନ୍ନାଥ ବିଶ୍ରାମସ୍ଥଳୀ ନିର୍ମାଣ ପାଇଁ ଭାରତୀୟ ପର୍ଯ୍ୟଟନ ଉନ୍ନୟନ ନିଗମକୁ ଦାୟିତ୍ୱ ଦିଆଯାଇଥିଲା। ସମ୍ପୃକ୍ତ ସଂସ୍ଥା ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିଥିବାବେଳେ ହଠାତ୍ ଏହାକୁ କୌଣସି କାରଣରୁ ବନ୍ଦ କରାଯାଇଥିଲା। ହେଲେ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ହୋଇଥିବା କେତେକ ଲଜିଂ ମାଲିକ ଏବଂ ଆଉ କିଛି କ୍ଷତିଗ୍ରସ୍ତଙ୍କୁ ବଗଲା ଧର୍ମଶାଳା ଜମି ଆବଣ୍ଟନ ପାଇଁ ନିଷ୍ପତ୍ତି ହୋଇଥିଲା। ଗତବର୍ଷ ଅକ୍ଟୋବରରେ ଏହି ଜମିର ପ୍ଲଟିଂ ନକ୍ସା କରାଯାଇଥିବା ଜଣାପଡ଼ିବାପରେ ଏହାକୁନେଇ ଭକ୍ତ ଓ ବୁଦ୍ଧିଜୀବୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାକୁ ନେଇ ଡିସେମ୍ବର ୨ତାରିଖରେ ସାମାଜିକ କର୍ମୀ ଜଗନ୍ନାଥ ବସ୍ତିଆ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ମଧ୍ୟ ଦାଖଲ କରାଯାଇଥିଲା। ତେବେ ଏହା ବିଚାରାଧୀନ ଥିବାବେଳେ ଜିଲାପାଳ ଶ୍ରୀମନ୍ଦିର ଚୌହଦୀରୁ ଉଚ୍ଛେଦ ହୋଇଥିବା ଲଜିଂ ମାଲିକଙ୍କୁ ୩୪୦ ଡେସିମିଲ ଜମି ବିକ୍ରି କରିଛନ୍ତି। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସେମାନଙ୍କୁ ଅନ୍ୟତ୍ର ଜମି ଦେବାକୁ ଦାବି ଉଠିଛି। ଭକ୍ତ ମହେଶ୍ୱର ବେହେରା କହିଛନ୍ତି, ପୁରୀ ବୁଲିବାକୁ ଆସୁଥିବା ୬୦ହଜାର ଭକ୍ତଙ୍କ ରହଣି ପାଇଁ ବ୍ୟବସ୍ଥା କରିବା ଲାଗି ସୁପ୍ରିମକୋର୍ଟ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବଗଲା ଧର୍ମଶାଳା ଜମିରେ ଭକ୍ତଙ୍କ ଲାଗି ରହଣି ବ୍ୟବସ୍ଥା କରାଯିବା ପ୍ରାସଙ୍ଗିକତା ରହିଛି। ପ୍ରଶାସନ ଲଜିଂ ମାଲିକଙ୍କୁ ଜମି ବିକ୍ରି କରିବା ନିଷ୍ପତ୍ତିରୁ ଓହରିଯିବା ଦରକାର। ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମଧ୍ୟ ଏହି ଜମିକୁ ଭକ୍ତଙ୍କ ପାଇଁ ଛାଡ଼ି ଦିଆଯିବା ଦରକାର ବୋଲି ଗଣମାଧ୍ୟମକୁ କହିଛନ୍ତି।
ଏସମ୍ପର୍କରେ ଉପଜିଲାପାଳ ସାହୁ କହିଛନ୍ତି, ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତ୍ୟାଗର ଆହ୍ବାନକୁ ଲୋକେ ସମ୍ମାନ ଦେଇଛନ୍ତି। ସେମାନେ ତାଙ୍କ ଭିଟାମାଟିକୁ ମହାପ୍ରଭୁଙ୍କ ପାଇଁ ଛାଡ଼ି ଦେଇଛନ୍ତି। ଏହା ହିିଁ ହେଉଛି ପୁରୀବାସୀଙ୍କ ବଡ଼ପଣ। ରାଜ୍ୟ ସରକାର ସେମାନଙ୍କୁ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଜମି ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସରକାରଙ୍କ ସେହି ପ୍ରତିଶ୍ର୍ରୁତି ଆଜି ବାସ୍ତବତାର ରୂପ ନେଇଛି ବୋଲି ଉପଜିଲାପାଳ କହିଛନ୍ତି।
Posted inଆମ ଜିଲା ଖବର, ପୁରୀ View All
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…
ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା
ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…
ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ
ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…
କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…
Archives

