Posted inଖେଳ

ମୁଖ୍ୟ କୋଚ୍‌ ପଦବୀରୁ ଅବ୍ୟାହତି ନେଲେ ବାହାଦୁର ସିଂ

ନୂଆଦିଲ୍ଲୀ, ୮ା୭ (ପି.ଟି.)-ଭାରତୀୟ ଆଥଲେଟିକ୍ସ କୋଚ୍‌ ପଦବୀରୁ ବାହାଦୁୁର ସିଂ ଅବ୍ୟାହତି ନେଇଛନ୍ତି। ସେ ଦୀର୍ଘ ୨୫ବର୍ଷ ଧରି ଏହି ପଦବୀରେ ଥିଲେ। ଭାରତରେ କୌଣସି କୋଚ୍‌ ଏତେ ଦିନ ଧରି କାର୍ଯ୍ୟକରି ନାହାନ୍ତି। ବୟସ କଟକଣା ଯୋଗୁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତାଙ୍କ କାର୍ଯ୍ୟକାଳ ମିଆଦ ବୃଦ୍ଧି କରି ନ ଥିଲା। ୭୪ ବର୍ଷୀୟ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା (୧୯୭୮ ଓ ୧୯୮୨) ଏହି ଶଟ୍‌ପୁଟର କାର୍ଯ୍ୟକାଳ ଜୁନ୍‌ ୩୦ରେ ଶେଷ ହୋଇଥିଲା। ସ୍ପୋଟର୍‌ସ ଗାଇଡ୍‌ଲାଇନ୍‌ ଅନୁସାରେ ଜାତୀୟ କ୍ୟାମ୍ପଗୁଡ଼ିକରେ କୋଚ୍‌ମାନଙ୍କ ସର୍ବାଧିକ ବୟସ ସୀମା ୭୦ବର୍ଷ ରଖାଯାଇଛି। ସିଂ ୧୯୯୫ ଫେବୃୟାରୀରେ ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଥମେ ଜଣେ ଅନ୍ତର୍ଜାତୀୟ ପଦକ ବିଜେତା ଏବଂ ପରେ ମୁଖ୍ୟ କୋଚ୍‌୍‌ ଭାବେ ଭାରତୀୟ ଆଥଲେଟିକ୍ସ ପ୍ରତି ବାହାଦୁରଙ୍କ ଅବଦାନ ଉଲ୍ଲେଖନୀୟ ବୋଲି ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ(ଏଏଫ୍‌ଆଇ) ସଭାପତି ଆଡିଲ ସୁମାରିଓ୍ବାଲ କହିଛନ୍ତି। କୋଭିଡ୍‌ ୧୯ ଯୋଗୁ ବରିଷ୍ଠ ନାଗରିକମାନଙ୍କ ଆତଯାତ ଉପରେ ଗୃହ ମନ୍ତ୍ରଣାଳୟ କଟକଣା ଲଗାଇଛନ୍ତି। ଏହି ଦୃଷ୍ଟିରୁ ବାହାଦୁର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଟୋକିଓ ୨୦୨୦ ଗେମ୍ସ ଯଦି ସ୍ଥଗିତ ହୋଇ ନ ଥାନ୍ତା ତେବେ ତାଙ୍କୁ ଭାରତୀୟ ଅଲିମ୍ପିକ୍ସ ଦଳରେ ଦେଖିବାକୁ ମିଳିଥାନ୍ତା। ବାହାଦୁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଭାରତ ୨୦୧୦ ଦିଲ୍ଲୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆଥଲେଟିକ୍ସରେ ୨ ସ୍ବର୍ଣ୍ଣ ସହ ୧୨ ପଦକ ହାସଲ କରିଥିଲା। ଜାକର୍ତ୍ତାରେ ୨୦୧୮ ଏସିଆନ ଗେମ୍ସରେ ଶ୍ରେଷ୍ଠ ପ୍ରଦର୍ଶନ ସହ ଭାରତ ଦୌଡ଼କୁଦ ପ୍ରତିଯୋଗିତାରେ ୮ ସ୍ବର୍ଣ୍ଣ ଓ ୯ ରୌପ୍ୟ ସହ ମୋଟ ୨୦ଟି ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?